ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬। ମାର୍ଚ୍ଚ […]

election

election

Jitendra Garnayak
  • Published: Tuesday, 19 March 2019
  • Updated: 19 March 2019, 11:22 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬। ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ।

ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ (ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା) ଓ ଏହା ଅଧୀନ ୩୫ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ଏହି ପର୍ଯ୍ୟାୟ ପାଇଁ ଏପ୍ରିଲ୍ ୧୮ ତାରିଖରେ ଭୋଟ୍ ଗ୍ରହଣ ହେବ।

ଏହି ପର୍ଯ୍ୟାୟ ନିର୍ବାଚନରେ ପଦମପୁର, ଭଟ୍‌ଲୀ, ରଘୁନାଥପଲ୍ଲୀ, ବଣାଇ, ପାଟଣାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି. ଉଦୟଗିରି, ଫୁଲବାଣୀ, କଣ୍ଟାମାଲ, ବୌଦ୍ଧ, ଦଶପଲ୍ଲା ଓ ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍‌ ଗ୍ରହଣ କରାଯିବ। ସେହିପରି ବିଜେପୁର, ବରଗଡ଼, ଅତାବିରା, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଉରକେଲା, ରାଜଗାଙ୍ଗପୁର, ବୀରମହାରାଜପୁର, ସୋନପୁର, ଲୋଇସିଂହା, ବଲାଙ୍ଗିର, ଟିଟିଲାଗଡ଼, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସ୍କା, ସୋରଡ଼ା, ସାନଖେମୁଣ୍ଡି ଓ ହିଞ୍ଜିଳିରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟର ଏହି ୫ଟି ଲୋକସଭା ଆସନ ପାଇଁ ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିସାରିଛି। ବରଗଡ଼ରୁ ପ୍ରସନ୍ନ ଆଚାର୍ଯ୍ୟ, ସୁନ୍ଦରଗଡ଼ରୁ ସୁନୀତା ବିଶ୍ୱାଳ, ବଲାଙ୍ଗିରରୁ କଳିକେଶ ନାରାୟଣ ସିଂହଦେଓ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ ଓ ଆସିକାରୁ ପ୍ରମିଳା ବିଷୋୟୀଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି ଏହି ପର୍ଯ୍ୟାୟ ପାଇଁ ଦଳ ବ୍ରଜରାଜନଗର, ବଲାଙ୍ଗିର, ଲୋଇସିଂହା, ବୀରମିତ୍ରପୁର ଓ ଫୁଲବାଣୀ ଆସନକୁ ଛାଡ଼ି ଦେଲେ ବାକି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛି।

ସେହିପରି କଂଗ୍ରେସ ଗତକାଲି ମାତ୍ର ୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସେଥିରେ ବରଗଡ଼, ସୁନ୍ଦରଗଡ଼ ଓ କନ୍ଧମାଳର ପ୍ରାର୍ଥୀଙ୍କ ନାଁ ରହିଛି। ବରଗଡ଼ରୁ ଦଳ ପ୍ରଦୀପ କୁମାର ଦେବତାଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ସୁନ୍ଦରଗଡ଼ରୁ ଜର୍ଜ ତିର୍କୀ ଓ କନ୍ଧମାଳରୁ ମନୋଜ କୁମାର ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ଗତକାଲି ମାତ୍ର ୩୬ ଜଣଙ୍କ ନାଁ ଘୋଷଣା କରିଛି। ଏଥିରେ ବରଗଡ଼ରୁ ନିପନ ଦାସ ଓ ବଲାଙ୍ଗିରରୁ ନରସିଂହ ମିଶ୍ରଙ୍କ ନାଁ ରହିଛି। ବୀରମିତ୍ରପୁରରୁ ଦଳ ରୋହିତ ଯୋଶେଫ୍ ତିର୍କୀଙ୍କୁ ପ୍ରାର୍ଥୀ କରିଛି।

ବିଜେପି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରି ନାହିଁ। ମିଳିଥିବା ସୂଚନା ଅନୁଯାୟୀ, ଦଳ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ।

ସୂଚନାଯୋଗ୍ୟ, ଓଡ଼ିଶାରେ ଏପ୍ରିଲ୍ ୧୧ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ୪ଟି ଲୋକସଭା ଆସନ- କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ ଏହା ଅଧୀନ ୨୮ଟି ବିଧାନସଭା ଆସନରେ ଏହି ମତଦାନ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story