ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା। ଏନେଇ ଅର୍ଥ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଚଳିତ ମାସଠାରୁ ବର୍ଦ୍ଧିତ ଦରମା ଲାଗୁ ହେବା ନେଇ ବିଜ୍ଞପ୍ତି ଜାରି କରାଯାଇଛି।
ଏହି ବିଜ୍ଞପ୍ତି ଅନୁଯାୟୀ, ମାସିକ ୮୦୭୦ ଟଙ୍କା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଏବେ ମିଳିବ ୧୦,୧୦୦ ଟଙ୍କା। ସେହିପରି ଯେଉଁମାନେ ୮୩୯୦ ଟଙ୍କା ପାଉଥିଲେ ସେମାନେ ୧୦,୫୦୦ ଟଙ୍କା ପାଇବେ।
୮୭୫୦ ଟଙ୍କା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୦,୯୦୦ ଟଙ୍କା ଓ ୮୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୧,୧୦୦ ଟଙ୍କା ମିଳିବ। ସେହିପରି
୯ ହଜାର ପାଉଥିବା କର୍ମଚାରୀଙ୍କୁ ମିଳିବ ୧୧,୨୦୦ ଟଙ୍କା।
୯୨୫୦ ଟଙ୍କା ଦରମା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୧,୫୦୦ ଟଙ୍କା, ୯୫୦୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୧,୯୦୦ ଟଙ୍କା, ୧୦ ହଜାର ପାଉଥିବା କର୍ମଚାରୀଙ୍କୁ ୧୨,୫୦୦ ଟଙ୍କା ଏବଂ ୧୬,୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୨୧,୧୦୦ ଟଙ୍କା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।