ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ସେଥିପାଇଁ ଓଡ଼ିଶାର ୪ଟି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ସହିତ ଏହା ଅଧୀନରେ ଆସୁଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ […]

voting21

voting21

Jitendra Garnayak
  • Published: Monday, 18 March 2019
  • Updated: 18 March 2019, 02:08 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ସେଥିପାଇଁ ଓଡ଼ିଶାର ୪ଟି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ସହିତ ଏହା ଅଧୀନରେ ଆସୁଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୫। ତା’ପର ଦିନ ଅର୍ଥାତ୍ ମାର୍ଚ୍ଚ ୨୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୨୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରି।

୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୨୨ଟିରେ ମତଦାନ ପାଇଁ ସମୟ କଟକଣା ଲାଗିଛି। ଏହି ନିର୍ବାଚନ ମଣ୍ଡଳୀଗୁଡ଼ିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ମତଦାନ ହେବ। ମାଓ ଉପଦ୍ରୁତ ଓ ଦୁର୍ଗମ ଅଞ୍ଚଳ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି।

ଯେଉଁ ସବୁ ନିର୍ବାଚନ ମଣ୍ଡଳୀରେ ଏହି କଟକଣା ଲାଗିଛି ସେଗୁଡ଼ିକ ହେଉଛି- ମୋହନା, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋରାପୁଟ, ପଟାଙ୍ଗୀ, ଜୟପୁର, ଉମରକୋଟ, ଝରିଗାଁ,ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, କଳାହାଣ୍ଡି, ନୂଆପଡ଼ା,ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା ଓ ନର୍ଲା।

ଅନ୍ୟପକ୍ଷରେ ନବରଙ୍ଗପୁର, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି ଓ ଚିକିଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଗ୍ରହଣ କରାଯିବ।

ସାରା ଦେଶରେ ପ୍ରଥମ ପର୍ଯ୍ୟାୟରେ ମୋଟ ୯୧ଟି ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇ ସାରିଥିବା ଯୋଗୁ ଦିନେ ଦୁଇ ଦିନ ଭିତରେ ଓଡ଼ିଶାରେ ସବୁ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ଘୋଷଣା କରି ଦେବେ ବୋଲି କୁହାଯାଇଛି। ଆଜି ବିଜେଡି ତା’ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos