ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ। କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହାକୁ  କଣ୍ଟେନମେଣ୍ଟ କରାଯାଇଛି। ଗୋଟିଏ ପରିବାରରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସି ଏହି ପଦକ୍ଷେପ ନେଇଛି। ନୂଆଗାଁ ଅଞ୍ଚଳରୁ ମୋଟ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଘରୁ ନ ବାହାରିବାକୁ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଅପିଲ କରିଛନ୍ତି। ସୂଚନାଯୋଗ୍ୟ, ରାଜଧାନୀରୁ ୩୬୯ […]

88888888888888888888888888

88888888888888888888888888

Tapaswini Nayak
  • Published: Saturday, 04 July 2020
  • Updated: 04 July 2020, 10:17 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ। କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହାକୁ  କଣ୍ଟେନମେଣ୍ଟ କରାଯାଇଛି। ଗୋଟିଏ ପରିବାରରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସି ଏହି ପଦକ୍ଷେପ ନେଇଛି।

ନୂଆଗାଁ ଅଞ୍ଚଳରୁ ମୋଟ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଘରୁ ନ ବାହାରିବାକୁ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଅପିଲ କରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରୁ ୩୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୬ ଜଣ ସୁସ୍ଥ ହୋଇଛନ୍ତି। ୧୪୮ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଭୁବନେଶ୍ୱରରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos