ନୂଆପଡ଼ା (ମାୟାଧର ସରାଫ): ପାଣି କୁଣ୍ଡରେ ଗାଧଉଥିବା ବେଳେ ହଠାତ ଛିଡ଼ି ପଡ଼ିଲା ବିଦ୍ୟୁତ ତାର। ଚାଲିଗଲା ମାଆ ଓ ଝିଅଙ୍କ ଜୀବନ। ଆଜି ଏପରି ଅଘଟଣ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ମଖାପଦର ଗାଁରେ ଘଟିଛି। ଏହି ଘଟଣାକୁ ନେଇ ଏବେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି।
ମଖାପଦର ଗାଁର ତରୁଲତା ଚଣ୍ତି(୩୫) ଓ ତାଙ୍କ ୯ ବର୍ଷର ଝିଅ ଦୁଶୀଳା ଚଣ୍ତି ପଞ୍ଚାୟତ ନଳକୂପ ପାଣିକୁଣ୍ଡରେ ଗାଧୋଉଥିଲେ। ଏହି ସମୟରେ ମୁଣ୍ଡ ଉପର ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାରଟି ହଠାତ ଛିଣ୍ଡି ତାଙ୍କ ଉପରେ ପଡ଼ିଥିଲା। ଫଳରେ ମାଆ ଓ ଝିଅଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରକାଶ ପାଇବା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି।
ସିନାପାଲି ଥାନା ପୁଲିସ ଓ ଅଡିସିନାଲ୍ ତହସିଲଦାର ଲକ୍ଷ୍ମଣ ଟୁଡୁ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଗାଁ ଲୋକଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରୁଛି। ମାତ୍ର ଉତ୍ତ୍ୟକ୍ତ ଲୋକେ ନିଜ ଜିଦ୍ରେ ଅଟଳ ରହିଛି। ଜଣକା ୫ ଲକ୍ଷ ଟଙ୍କା ଓ ଘର ଡିହ ଜମିଦେବାକୁ ଦାବି କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଗାଁ ଲୋକେ ମୃତଦେହ ଛାଡ଼ୁନଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
Crime
ବୁର୍ଲା ଭୀମସାରରୁ ପୁଣି ନବଜାତ ଶିଶୁ ଚୋରି
ଅଜଣା ମହିଳା ଶିଶୁକୁ ଧରି ଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଛି କଏଦ। ଫୁଟେଜ୍ ଆଧାରରେ ମହିଳାଙ୍କୁ ଖୋଜୁଛି ପୁଲିସ।
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।