ନୂଆପଡା: ବଜ୍ରପାତରେ ତିନିଜଣଙ୍କର ପ୍ରାଣହାନି ହୋଇଥିବାବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗତ ସନ୍ଧ୍ୟାରେ ଏହି ଘଟଣା ଘଟିଛି ନୂଆପଡା ଜିଲ୍ଲା ବୋଡେନ୍ ଥାନା ଅନ୍ତର୍ଗତ କୁଲେକେଲା ଗାଁ ରେ। ଗୁରୁତରମାନଙ୍କୁ ବୋ଼ଡେନ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ସନ୍ଧ୍ୟାରେ ଝଡପବନ ହେବାପରେ କୁଲେକେଲା ଗାଁର କିଛି ଲୋକ ଆମ୍ବ ଗୋଟେଇବାକୁ ପାଖରେଥିବା ଏକ ଆମ୍ବ ବଗିଚାକୁ ଯାଇଥିଲେ। ଏହି ସମୟରେ ବଜ୍ରପାତ ଘଟିବାରୁ ଘଟଣାସ୍ଥଳରେ ରୀତୁ ମହାନନ୍ଦା, ଜୁନା ଖର୍ସେଲ ଓ ପୃଥ୍ୱୀରାଜ ଚିନ୍ଦାଙ୍କ ପ୍ରାଣ ହାନି ହୋଇଥିଲା । ଆହାତ ଦୁଇଜଣ ହେଲେ ଧର୍ମରାଜ ଚିନ୍ଦା ଓ ଗୋପିନାଥ ଚିନ୍ଦା। ଏହି ଘଟଣାପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ଆଜି ମୃତକମାନଙ୍କ ଶବ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।