ସତର୍କ ରହିବା ପାଇଁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ତା’ ସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ୍‌ ରୋଗୀ ସଂଖ୍ୟା ସ୍ଥିର ରହିଛି। ନୂଆ ପଜିଟିଭ କେସ୍‌ […]

naveen patnaik

Manoranjan Sial
  • Published: Thursday, 27 January 2022
  • , Updated: 27 January 2022, 07:18 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ତା’ ସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ୍‌ ରୋଗୀ ସଂଖ୍ୟା ସ୍ଥିର ରହିଛି। ନୂଆ ପଜିଟିଭ କେସ୍‌ ହ୍ରାସ ପାଉଛି। ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ। କିନ୍ତୁ ଏଥିରେ   ଆତ୍ମସନ୍ତୋଷର ସ୍ଥାନ ନାହିଁ। ପ୍ରସ୍ତୁତ ରହି ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।  ତା’ ସହିତ ମିଶନ ଶକ୍ତି ଗୋଷ୍ଠୀମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ପୃଥକ୍‌ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଂପର୍କରେ ରାପିଡ୍‌ ରେସପନ୍ସ ଟମ୍‌ ଓ କ୍ଷେତ୍ର କର୍ମଚାରୀମାନେ ଠିକ ଭାବରେ ତଦାରଖ  କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Related story