/odisha-reporter/media/post_attachments/uploads/2020/08/covid1-fb-1.jpg)
covid1-fb
ଭୁବନେଶ୍ୱର: ରବିବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ୨୯୭ ଜଣ ସୁସ୍ଥ ହୋଇଛନ୍ତି। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍ ଯୋଗେ ସୂଚନା ଦେଇଛି।
Advertisment
https://twitter.com/bmcbbsr/status/1300084149164716034?s=20
ଏହାକୁ ମିଶାଇ ଭୁବନେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୧୦,୦୨୧ ରେ ପହଞ୍ଚିଛି। ୬,୦୬୧ ଜଣ ସୁସ୍ଥ ହୋଇଛନ୍ତି। ଏବେବି ୩,୯୧୦ ଚିକିତ୍ସାଧୀନ ଥିବା ବେଳେ ୪୧ ଜଣଙ୍କ ମୃତ୍ୟୁ ହୋଇଛି।
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ୩,୦୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୦୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୬୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
