ନୂଆପଡା: ସୁନାବେଡ଼ା ଅଭୟାରଣ୍ୟ ଏସ୍ଓଜି କ୍ୟାମ୍ପରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଘଟଣା ନେଇ ନୂଆପଡ଼ା ଜିଲ୍ଲାରେ ଅସନ୍ତୋଷ ତେଜିବାରେ ଲାଗିଛି। ଗତ ବୁଧବାର ଘଟଣାକୁ କେନ୍ଦ୍ର କରି ଉତ୍ତ୍ୟକ୍ତ ଲୋକେ କୋମନା ଥାନା ଘେରାଉ କରିବା ପରେ ଆଜି କୋମନା ଏବଂ ଖଡ଼ିଆଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ପାଳନ କରାଯାଇଛି। ଫଳରେ ଆଜି ଉଭୟ ସ୍ଥାନରେ ଦୋକାନ ବଜାର ବନ୍ଦ ରହିବା ସହିତ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି।
ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତି ପୂରଣ ଓ ଚାକିରି ପ୍ରଦାନ, ଗୁରୁତରଙ୍କ ଅସୁସ୍ଥଙ୍କ ଚିକିତ୍ସା ଖର୍ଚ୍ଚ ଓ ଅଭିଯୁକ୍ତ ଯବାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି ୫ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ଆନ୍ଦୋଳନରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟ ସାମିଲ ହୋଇଛନ୍ତି। ସେପଟେ ବନ୍ଦକୁ ଦୃଷ୍ଟିରେ ରଖି କୋମନାରେ ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଯୁବକ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଏସ୍. ସାଇନି ଏବଂ ଏସ୍ଓଜି ରାଜ୍ୟ କମାଣ୍ଡାଣ୍ଟ ନୂଆପଡ଼ାରେ ପହଞ୍ଚିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।