ଭୁବନେଶ୍ୱର : ଚଳିତମାସ ୧୨ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ ଶପଥ ନେବେ।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ସୂଚନା ଅନୁସାରେ ରବିବାର ଅପରାହ୍ନ ୪ଟାବେଳେ ଆୟୋଜିତ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ଅନ୍ୟାନ୍ୟ ମନ୍ତ୍ରୀମାନଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ହାଇକୋର୍ଟର ମାନ୍ୟବର ବିଚାରପତିମାନେ ଯୋଗ ଦେବେ।
୧୯୫୮ ମସିହା ଜନ୍ମିତ ଜଷ୍ଟିସ ଜାଭେରୀ ଓଡ଼ିଶା ହାଇକୋର୍ଟର ୩୦ତମ ମୁଖ୍ୟ ବିଚାରପତି ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।