ଢେଙ୍କାନାଳ( ରାଜଶ୍ରୀ ଶତପଥୀ): ଜମ୍ମୁ ଓ କଶ୍ମୀରର ପୁଲୱାମାରେ ଏନ୍କାଉଣ୍ଟରରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଯବାନଙ୍କ ନାଁ ଅଜିତ ସାହୁ। ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ବଡ଼ସୁଆଳ ଗାଁରେ। ଆତଙ୍କବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ସେ ସହିଦ ହୋଇଥିବା ଖବର ଆର୍ମୀ କ୍ୟାମ୍ପ ତାଙ୍କ ପରିବାରକୁ ଫୋନ୍ ଯୋଗେ ଜଣାଇଥିବା ଜଣାପଡ଼ିଛି।
ଆଜି ରାତିରେ ତାଙ୍କ ମରଶରୀର ପହଞ୍ଚିବ। ଅଜିତ ୨୦୧୫ ମସିହାରେ ସେନାରେ ଯୋଗ ଦେଇଥିଲେ।
ସହିଦ ଯବାନଙ୍କ ବାପା ସନ୍ତୋଷ କୁମାର ସାହୁ କହିଛନ୍ତି,“ ଗତ ରାତି ୧୦ଟା ବେଳେ ସେମାନେ ସର୍ଚ୍ଚ ଅପରେସନ୍ରେ ଯାଇଥିଲେ। ଏହି ସମୟରେ ତା’ ଦେହରେ ଗୁଳି ବାଜିଥିଲା। ତାକୁ ସଙ୍ଗେ ସଙ୍ଗେ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ରାତି ୨ଟା ୫୦ ମିନିଟ୍ରେ ତାର ମୃତ୍ୟୁ ଘଟିଥିବା ନେଇ ଆଜି ସକାଳେ ଫୋନ୍ ଜରିଆରେ ଆମକୁ ସୂଚନା ଦିଆଯାଇଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।