ପାରଳଖେମୁଣ୍ଡି(ଆଦର୍ଶ ଦାସ): ବିହାରର ବୀରପୁର ସେନା କ୍ୟାମ୍ପରେ ନିଆଁ ଲାଗି ଗଜପତି ଜିଲ୍ଲାର ଜଣେ ଯବାନ ଆଖି ବୁଜିଛନ୍ତି। ମୃତ ଓଡ଼ିଆ ଯବାନ ହେଲେ ସଶସ୍ତ୍ର ସୀମା ସୁରକ୍ଷା ବଳର ପର୍ଶୁରାମ ଶବର । ପର୍ଶୁରାମ ଶବରଙ୍କ ଘର ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ କୁରୁଗୁବା ଗାଁରେ।
ପର୍ଶୁରାମ ସଶସ୍ତ୍ର ସୀମା ବଳରେ ଯବାନ ଭାବେ ଯୋଗ ଦେଇ ବିହାରର ବୀରପୂରଠାରେ ଟ୍ରେନିଙ୍ଗି ନେଉଥିଲେ । ସେଠାର କ୍ୟାମ୍ପରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ସମୁଦାୟ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ପର୍ଶୁରାମ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି। ଏନେଇ ଖବର ପାଇ ପରିବାର ଲୋକ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।
ପରିବାର ଲୋକ ବହୁ ଆଶା କରିଥିଲେ, ପୁଅ ଯବାନ ହେଲେ ପରିବାରର ଦୁଃଖ ଯିବ। ହେଲେ ସହିଲେନି ଦଇବ। ତା’ ପୂର୍ବରୁ ଚାଲିଗଲା ପୁଅର ଜୀବନ। ଏହି ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।