ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଫିଲ୍ମର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କ ପରଲୋକ ହୋଇଯାଇଛି। କଟକ ବାସଭବନରେ ୮୫ ବର୍ଷ ବୟସରେ ହୃଦଘାତରେ ତାଙ୍କ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଜଲାଲ ଆଦେନିଙ୍କ ପରଲୋକ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
ଜଲାଲ ଆଦେନୀ ଏକସଙ୍ଗେ ଜଣେ ପ୍ରୟୋଜକ, ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର, ଅଭିନେତା ଓ ଚଳଚ୍ଚିତ୍ର ନିର୍ଦ୍ଦେଶକ ଥିଲେ। ‘ଅନୁତାପ’ ସହ ଅନେକ ଓଡ଼ିଆ ହିଟ୍ ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶକ ଥିଲେ ଜଲାଲ ଆଦେନି। ନିଦ ଭରା ରାତି ମଧୁଝରା ପ୍ରୀତି,ନୁପୁର କାହିଁକି ଆଜି ବାନ୍ଧିଲି, ମୁଁ ତୁମକୁ ଭଲ ପାଏ, ରୁଷିଛି ଅଭିମାନିତୀ ଭଳି ଅନେକ ଲୋକପ୍ରିୟ ଗୀତର ସେ ସଂଗୀତ ନିର୍ଦ୍ଦେଶକ ଥିଲେ। ୧୯୭୬ ମସିହାର ‘ହୀରା ମୋତି ମାଣିକ’ ଫିଲ୍ମର ନିର୍ଦ୍ଦେଶନା ବି ଦେଇଥିଲେ ଜଲାଲ ଆଦେନୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।