ହସ୍ପିଟାଲ ବେଡରେ ଓଲିଉଡ ସୁପରଷ୍ଟାର ବାବୁସାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଫିଲ୍ମ ସୁପରଷ୍ଟାର ତଥା ଲୋକପ୍ରିୟ ଅଭିନେତା ବାବୁସାନ୍ ମହାନ୍ତି ଅସୁସ୍ଥ ହୋଇ ପଡ଼ିଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଅଛନ୍ତି। ଅକ୍ସିଜେନ କମିଯିବାରୁ ବାବୁଶାନ ଅସୁସ୍ଥ ହୋଇ ପଡ଼ିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଗତ କିଛି ଦିନ ପୂର୍ବରୁ ବାବୁସାନ ‘ରାଇଡିଂ ଫର୍‌ ଦମନ୍‌’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ୍‌ ଚଳାଇବା ପରେ ତାଙ୍କର ଅକ୍ସିଜେନ୍‌ ଲେବଲ୍‌ କମିଥିଲା । ଲଦାଖରେ  ପ୍ରାଥମିକ ଚିକିତ୍ସା […]

babusan

babusan

Niharika Rout
  • Published: Friday, 23 September 2022
  • Updated: 23 September 2022, 05:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଫିଲ୍ମ ସୁପରଷ୍ଟାର ତଥା ଲୋକପ୍ରିୟ ଅଭିନେତା ବାବୁସାନ୍ ମହାନ୍ତି ଅସୁସ୍ଥ ହୋଇ ପଡ଼ିଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଅଛନ୍ତି। ଅକ୍ସିଜେନ କମିଯିବାରୁ ବାବୁଶାନ ଅସୁସ୍ଥ ହୋଇ ପଡ଼ିଥିବା ଜଣାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ କିଛି ଦିନ ପୂର୍ବରୁ ବାବୁସାନ ‘ରାଇଡିଂ ଫର୍‌ ଦମନ୍‌’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ୍‌ ଚଳାଇବା ପରେ ତାଙ୍କର ଅକ୍ସିଜେନ୍‌ ଲେବଲ୍‌ କମିଥିଲା । ଲଦାଖରେ  ପ୍ରାଥମିକ ଚିକିତ୍ସା ପରେ ସେ ଭୁବନେଶ୍ୱର ଫେରିଥିଲେ। ମାତ୍ର ଏଠାରେ ପୁଣି ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

[caption id="attachment_768557" align="aligncenter" width="650"]babusan ହସ୍ପିଟାଲ ବେଡରେ ବାବୁସାନ ।[/caption]

ଗତ ୫ଦିନ ହେବ ବାବୁସାନ୍‌ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସହ ପତ୍ନୀ ଓ ପରିବାର ଲୋକ ଥିବା ଜଣାଯାଇଛି।  ବର୍ତ୍ତମାନ ସେ ସୁସ୍ଥ ଥିବାବେଳେ ଆଉ  ଅଳ୍ପ ଦିନରେ ସେ ଘରକୁ ଫେରିବେ ବୋଲି ଜଣାଯାଇଛି।  ସୋଶାଲ ମିଡିଆରେ ତାଙ୍କ ଅସୁସ୍ଥ ହେବାର ଖବର ପ୍ରଚାରିତ ହେବା ପରେ  ପ୍ରଶଂସକ ବାବୁସାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

https://youtu.be/OASsQGr7Y1c

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos