ଫୁଲବାଣୀ(ଓଡ଼ିଶା ରିପୋର୍ଟର):ବୈଷ୍ଣୋଦେବୀଙ୍କୁ ଦର୍ଶନ ପାଇଁ ଯାଉଥିବା ଜଣେ ଡାକ୍ତରଙ୍କ ବାଟରେ ଅକାଳ ମୃତ୍ୟୁ ଘଟିଛି। ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଶିଶିର କୁମାର ପ୍ରଧାନ ତାଙ୍କ ପତ୍ନୀ ଏବଂ ପୁଅ ସହିତ ବୈଷ୍ଣଦେବୀ ଦର୍ଶନ ପାଇଁ ଯାଉଥିବା ବେଳେ ତାଙ୍କର ହୃଦ୍ଘାତରେ ବାଟରେ ମୃତ୍ୟୁ ଘଟିଛି। ମୃତ ଡାକ୍ତରଙ୍କ ଘର ବ୍ରହ୍ମପୁର ସହରରେ ବୋଲି ଜଣାପଡ଼ିଛି ।
ତେବେ ମିଳିଥିବା ସୂଚନା ଅନୁସାରେ, ଗତ ୫ ତାରିଖରେ ତାଙ୍କ ଶ୍ୱଶୁର, ଶାଶୁ ଏବଂ ଶଳା ମିଶି ବୈଷ୍ଣଦେବୀ ଦର୍ଶନ ପାଇଁ ଯାଇଥିଲେ। ଗତକାଲି ଅପରାହ୍ନରେ ସେମାନେ କାଟରା ଠାରୁ ବୈଷ୍ଣଦେବୀ ଘୋଡ଼ାରେ ସଵାରୀ ହୋଇ ଯାଉଥିବା ବେଳେ ହଟାତ ତାଙ୍କର ମୃତ୍ୟୁ ହୋଇଥିଲା। ବର୍ତ୍ତଦମାନ ତାଙ୍କ ମୃତ ଦେହକୁ ପୁରୀ ଆଣି ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରିବା ପାଇଁ ବ୍ୟବସ୍ଥା ଚାଲିଥିବା ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।