ନୂଆଦିଲ୍ଲୀ(ଶିବାନନ୍ଦ ରାଉତ): ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ତଥା ‘ଓଡ଼ିଆ ପୁଅ’ ତରଫରୁ ଷଷ୍ଠଦଶତମ ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଯାଇଛି। ପାରମ୍ପରିକ ରୀତିରେ ଓଡ଼ିଆ ପୁଅ-ଝିଅମାନେ ସାଧବ ପୁଅ ଓ ସାଧବ ବୋହୂ ବେଶରେ ସୁସଜ୍ଜିତ ହୋଇଥିଲେ। ସାଧବାଣୀମାନେ ବନ୍ଦାପନା କରିବା ପରେ ବୋଇତରେ ସାଧବ ପୁଅମାନେ ଯାତ୍ରା କରିଥିଲେ। ଏହି ଉତ୍ସବ ଇଣ୍ଡିଆ ଗେଟ୍ ସ୍ଥିତ ବୋଟ କ୍ଲବଠାରେ ହୋଇଥିଲା।
ଏଥିରେ ଉତ୍ସବରେ ମୁଖ୍ୟଅତିଥି ଭାବେ ବରିଷ୍ଠ ପ୍ରଶାସକ ତଥା ପୂର୍ବତନ ଶିକ୍ଷା ସଚିବ ଅରୁଣ କୁମାର ରଥ ଓ ସମ୍ମାନିତ ଅତିଥିଭାବେ ସମାଜସେବୀ ରବି ପାଣି ଯୋଗଦେଇଥିଲେ। ‘ଓଡ଼ିଆ ପୁଅ’ ତରଫରୁ ଆୟୋଜିତ ଏହି ପ୍ରୟାସରେ ଶତାଧିକ ଅଣ ଓଡ଼ିଆଙ୍କ ସହ ବିଦେଶୀ ପର୍ଯ୍ୟଟକ ସାମିଲ ହୋଇଥିଲେ। ଏହି ଅବସରରେ ସମ୍ବଲପୁରୀ ନୃତ୍ୟ, ରାଜସ୍ଥାନ, ହରିଆଣା, ଗୁଜରାଟ, ଉତ୍ତରାଖଣ୍ଡ ଓ ମହାରାଷ୍ଟ୍ରର କଳାକାରମାନେ ପାରମ୍ପରିକ ନୃତ୍ୟ ପରିବେଷଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି
ପ୍ରଭାକରଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।