ଆସନ୍ତାକାଲିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହେବ । ଜୁଲାଇ ୨ରୁ ଆରମ୍ଭ ହୋଇଥିବା ବିଧାନସଭା ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ଏହା ୬ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ବିଧାନସଭା ସଚିବାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୧୪ରୁ ୨୮ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭାଗୱାରି ବଜେଟ୍ ଉପରେ ଗୃହରେ ଆଲୋଚନା ହେବ । ଯଦି କୌଣସି ବିଭାଗର ଆଲୋଚନା ହୋଇନଥିବ […]

assembly

assembly

Ordigital Desk
  • Published: Tuesday, 12 July 2022
  • Updated: 13 July 2022, 09:45 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହେବ । ଜୁଲାଇ ୨ରୁ ଆରମ୍ଭ ହୋଇଥିବା ବିଧାନସଭା ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ଏହା ୬ତାରିଖ ପର୍ଯ୍ୟନ୍ତ ଚାଲିଥିଲା ।

ବିଧାନସଭା ସଚିବାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୧୪ରୁ ୨୮ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭାଗୱାରି ବଜେଟ୍ ଉପରେ ଗୃହରେ ଆଲୋଚନା ହେବ । ଯଦି କୌଣସି ବିଭାଗର ଆଲୋଚନା ହୋଇନଥିବ ତାହା ଗିଲୋଟିନ୍ ମାଧ୍ୟମରେ ଜୁଲାଇ ୨୯ତାରିଖରେ ଗୃହୀତ ହେବ । ଆଉ ବଜେଟ୍ (ବ୍ୟୟମଞ୍ଜୁରୀ ବିଲ୍ ) ଜୁଲାଇ ୩୦ତାରିଖରେ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ପ୍ରଥମଦିନରେ ୩୯ଟି ବିଭାଗର ଷ୍ଟାଣ୍ଡିଂ କମିଟି ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହେବ । ଏହାସହିତ ବିଭିନ୍ନ ବିଲ୍ ଓ ରୁଲସ୍ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି ।

ଅନ୍ୟପକ୍ଷରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଧାର୍ଯ୍ୟ କାର୍ଯ୍ୟସୂଚୀ ଅନୁସାରେ ସମସ୍ତ କାର୍ଯ୍ୟକ୍ରମ ଚାଲିବ । ଅଧିବେଶନରେ ବିଭାଗୱାରି ଡିମାଣ୍ଡ ଉପରେ ଆଲୋଚନା ହେବ । ବିରୋଧୀ ଦଳଙ୍କ ସହ ସବୁ ପ୍ରସଙ୍ଗରେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି । ବିରୋଧୀ ଦଳ ଯେଉଁ ପ୍ରସଙ୍ଗକୁ ମୁଲତବୀ ପ୍ରସ୍ତାବ ଆକାରରେ ଆଣିବେ ତାହା ଉପରେ ଆଲୋଚନା କରାଯିବ ବୋଲି ସେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos