ଆସନ୍ତାକାଲି ଓଡ଼ିଶା ବନ୍ଦ : ସାଢ଼େ ୯ଟା ସୁଦ୍ଧା ଅଫିସ୍ ପହଞ୍ଚିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ଆସନ୍ତାକାଲି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ କଡ଼ା ବନ୍ଦୋବସ୍ତ କରାଯାଇଛି । ଲୋକସେବା ଭବନ, ଖାରବେଳ ନଗର, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ଆଜି […]

stroke

stroke

Ordigital Desk
  • Published: Monday, 18 July 2022
  • Updated: 19 July 2022, 01:23 PM IST
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ଆସନ୍ତାକାଲି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ କଡ଼ା ବନ୍ଦୋବସ୍ତ କରାଯାଇଛି । ଲୋକସେବା ଭବନ, ଖାରବେଳ ନଗର, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ଆଜି ସମସ୍ତ ବିଭାଗର ସଚିବ ଓ ଅତିରିକ୍ତ ମୁଖ୍ୟ ସଚିବମାନଙ୍କୁ ଚିଠି ଲେଖି କହିଛନ୍ତି ଯେ,ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ଆସନ୍ତାକାଲି ନବନିର୍ମାଣ କୃଷକ ସଂଗଠନ ଓ ନବନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ୧୨ଘଂଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏହି ସମୟରେ ସେମାନେ ଗାଡ଼ିମୋଟର ଓ ଟ୍ରେନ ଚଳାଚଳ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ କରିବା ସହ ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ୍ ଓ ବ୍ୟାଙ୍କ ଆଦି ସମ୍ମୁଖରେ ପିକେଟିଂ କରିବାର ଆଶଙ୍କା ରହିଛି । ତେଣୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ସମସ୍ତ କର୍ମଚାରୀ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ୍ ପରିସରକୁ ପ୍ରବେଶ ପାଇଁ ପରାମର୍ଶ ଦିଆଯାଉଛି । ଲୋକସେବା ଭବନର ମୁଖ୍ୟ ଗେଟ୍ ସକାଳ ୧୦ଟା ୧୫ମିନିଟରେ ବନ୍ଦ ହୋଇଯିବ ଓ ସମସ୍ତେ ପଛ ଗେଟ୍ ଦେଇ ଯାତାୟତ କରିବେ ।
କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ କାର ପାସ୍ ଥିବା ଗାଡ଼ି ମଧ୍ୟ ଲୋକସେବା ଭବନ ଭିତରକୁ ପ୍ରବେଶ କରିପାରିବ ନାହିଁ । ଆସନ୍ତାକାଲି ଏସବୁ ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ ମଧ୍ୟ କଟକଣା ଜାରି ହୋଇଛି । ଯଦି କୌଣସି ଜରୁରୀ କାର୍ଯ୍ୟ ଥାଏ ତେବେ ସମ୍ପୃକ୍ତ ବିଭାଗର ସୁପାରିଶରେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସଙ୍ଗେସଙ୍ଗେ ପାସ୍ ଯୋଗାଇ ଦେବେ ।
ସୂଚନାଯୋଗ୍ୟ, ଆସନ୍ତାକାଲି ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ଅନେକ ଘରୋଇ ସ୍କୁଲ ମଧ୍ୟ ନିଜଆଡ଼ୁ ଛୁଟି ଘୋଷଣା କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story