ଟିଟିଲାଗଡ଼(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏକ ବଡ଼ଧରଣର ଜିଏସ୍ଟି ଠକେଇ ଧରାପ଼ଡିଛି। ୧୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜିଏସ୍ଟି ଠକେଇ ଅଭିଯୋଗରେ ଟିଟିଲାଗଡ଼ ଖଣି ବ୍ୟବସାୟୀ ତୀର୍ଥଙ୍କର ପଟେଲ ଗିରଫ ହୋଇଛନ୍ତି। ରାଜ୍ୟ ଜିଏସଟି କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଟିଟିଲାଗଡ ପୁଲିସ ତୀର୍ଥଙ୍କରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ସାଇ ଇଣ୍ଟରନ୍ୟାସନାଲ ମାଇନ୍ସ ଓ ମିନେରାଲ୍ସର ମାଲିକ ତୀର୍ଥଙ୍କର ପଟେଲ ୧୨ କୋଟି ୮୪ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଗତ ଦୁଇ ବର୍ଷ ଧରି ରାଜ୍ୟ ବାହାର କିଛି ବ୍ୟବସାୟୀଙ୍କୁ ଜିନିଷପତ୍ର କିଣାବିକା କରିଥିବା ଦର୍ଶାଇ ତୀର୍ଥଙ୍କର ଏହି ମହାଠକେଇ କରିଥିବା ଅଭିଯୋଗ ହୋଇଛି। ଆଗାମୀ ଦିନରେ ଏଭଳି ଅସାଧୁ ବ୍ୟବସାୟୀଙ୍କ ଉପରେ ଦ୍ରବ୍ୟ ଓ ସେବାକର ବିଭାଗ ନଜର ରଖିଥିବା ଜିଏସ୍ଟି ଅତିରକ୍ତ କମିଶନର ମାନଭଞ୍ଜନ ଆଚାର୍ଯ୍ୟ କହିଛନ୍ତି।
ସେପଟେ ଘଟଣାକୁ ନେଇ ତୀର୍ଥଙ୍କର କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।