ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅପରାହ୍ନ ସାଢ଼େ ୫ଟାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ହେବାକୁ ଥିବା ଏହି କ୍ୟାବିନେଟ ବୈଠକରେ ପ୍ରାୟ ୧୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ ହୋଇ ଫେରିବା ପରେ ଅପରାହ୍ନରେ ଏହି ବୈଠକ ବସିବ।
ଅଧିକାଂଶ କ୍ୟାବିନେଟ୍ ମନ୍ତ୍ରୀ ଭୁବନେଶ୍ୱର ବାହାରେ ଥିବାରୁ ସେମାନଙ୍କୁ ଭର୍ଚୁଆଲରେ ସାମିଲ ହେବାକୁ କୁହାଯାଇଛି । ତେବେ ଖବର ଲେଖାହେବା ସୁଦ୍ଧା ମନ୍ତ୍ରୀମାନଙ୍କୁ ଆସନ୍ତାକାଲି କ୍ୟାବିନେଟ ବୈଠକର ଏଜେଣ୍ଡା ଦିଆଯାଇ ନାହିଁ କିମ୍ବା ସେମାନଙ୍କ ଅଫିସକୁ ମଧ୍ୟ କୌଣସି ସୂଚନା ଦିଆଯାଇନଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।