ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୦୨ ବ୍ୟାଚ ଆଇଏଏସ୍ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ସ୍ୱତନ୍ତ୍ର ସଚିବ ଏସ୍.ଏନ.ଗିରିଶଙ୍କୁ ବେଙ୍ଗାଲୁରୁସ୍ଥିତ ସିଲେକ୍ସନ୍ କମିଶନରେ ଆଞ୍ଚଳିକ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସେହିପରି ୧୯୯୫ ବ୍ୟାଚ୍ ଆଇଆରଏସ୍ ସୋମନାଥ ହାଁସଦାଙ୍କୁ ଭୁବନେଶ୍ୱରରେ ନବରତ୍ନ କମ୍ପାନୀ ନାଲକୋର ଚିଫ୍ ଭିଜିଲାନ୍ସ ଅଫିସର ଭାବେ ଅବସ୍ଥାପିତ କରାଯାଇଛି। ଏମାନଙ୍କ ବ୍ୟତୀତ କୋଲକାତା ପୋର୍ଟ ଟ୍ରଷ୍ଟର ଚିଫ୍ ଭିଜିଲାନ୍ସ ଅଫିସର ତଥା ୨୦୦୦ ବ୍ୟାଚର ଆଇଏଫଏସ୍ ଅଫିସର ପ୍ରୀତି ମାହତୋଙ୍କୁ ପାରାଦୀପ ପୋର୍ଟ ଟ୍ରଷ୍ଟର ଚିଫ୍ ଭିଜିଲାନ୍ସ ଅଫିସର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।