Advertisment

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର  (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶାର ଇତିହାସ ଓ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପାଳନ ହୋଇଛି ବୋଇତ ବନ୍ଦାଣ। ଓଡ଼ିଆ ସାଧବ ପୁଅ ଇଣ୍ଡୋନେସିଆର ବାଲି, ଜାଭା ଓ ସୁମାତ୍ରାକୁ ବାଣିଜ୍ୟ ପାଇଁ ନୌକାରେ ଯାତ୍ରା କରୁଥିଲେ।  ଏହି ପରମ୍ପରାକୁ ମନେ ପକାଇ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ କରାଯାଇଥାଏ।  ତେବେ ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ମହୋଦଧି, ନଦୀ ଓ ପୁଷ୍କରିଣୀରେ ବୋଇତ ବନ୍ଦାଣ ବା ଡଙ୍ଗା ଭସା ରାତି […]

ଅଦ୍ୟତନ ହୋଇଛି
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

kartika purnima

Advertisment

ଭୁବନେଶ୍ୱର  (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶାର ଇତିହାସ ଓ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପାଳନ ହୋଇଛି ବୋଇତ ବନ୍ଦାଣ। ଓଡ଼ିଆ ସାଧବ ପୁଅ ଇଣ୍ଡୋନେସିଆର ବାଲି, ଜାଭା ଓ ସୁମାତ୍ରାକୁ ବାଣିଜ୍ୟ ପାଇଁ ନୌକାରେ ଯାତ୍ରା କରୁଥିଲେ।  ଏହି ପରମ୍ପରାକୁ ମନେ ପକାଇ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ କରାଯାଇଥାଏ।  ତେବେ ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ମହୋଦଧି, ନଦୀ ଓ ପୁଷ୍କରିଣୀରେ ବୋଇତ ବନ୍ଦାଣ ବା ଡଙ୍ଗା ଭସା ରାତି ୨ଟାରୁ ଭୋର୍ ୫ଟା ୩୮ ମିନିଟ୍ ପୂର୍ବରୁ ଶେଷ ହୋଇଛି।

Advertisment

ସୂର୍ଯ୍ୟଦୟଠାରୁ ଦେବନୀତି ନିଷେଧ ଥିବାକୁ ଏହା ପୂର୍ବରୁ ବୋଇତ ବନ୍ଦାଣ ସହ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ।  ବୋଇତ ବନ୍ଦାଣ ପାଇଁ ବିଳମ୍ବିତ ରାତିରୁ ଭୋର ପର୍ଯ୍ୟନ୍ତ ବିଭିନ୍ନ ନଦୀ, ପୁଷ୍କରିଣୀରେ ଶ୍ରଦ୍ଧାଳୁଙ୍କ ବେଶ ଭିଡ଼ ଜମିଥିଲା।

ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟ ବିନ୍ଦୁ ସାଗରରେ ଆଜି ଭୋରରୁ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ। ଉତ୍କଳର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ କରାଯାଇଛି ବୋଇତ ବନ୍ଦାଣ। ଭୋରରୁ ବିନ୍ଦୁ ସାଗରରେ ଡଙ୍ଗା ଭସା ପାଇଁ  ଜମିଥିଲା ପ୍ରବଳ ଲୋକଙ୍କ ଭିଡ଼।

Advertisment

ସେହିପରି କଟକରେ ବି ଆଜି ଭୋରରୁ ଡଙ୍ଗା ଭସା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଗଡ଼ଗଡ଼ିଆ ଘାଟରେ ଶତାଧିକ ଶ୍ରଦ୍ଧାଳୁ ବୋଇତ ବନ୍ଦାଣ କରିଥିଲେ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଡଙ୍ଗା ଭସାଇଥିଲେ ଶ୍ରଦ୍ଧାଳୁ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe