Advertisment

କରୋନା ଟିକା: ରାଜ୍ୟରେ ଗର୍ଭବତୀ ଓ ବରିଷ୍ଠ ବ୍ୟକ୍ତିଙ୍କୁ ମିଳିବ ପ୍ରାଥମିକତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ବିଭିନ୍ନ ଟିକାର ପରୀକ୍ଷାନିରୀକ୍ଷା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଥିବାବେଳେ ରାଜ୍ୟରେ ଗର୍ଭବତୀ ମହିଳା ଓ ୬୦ବର୍ଷ ବୟସରୁ ଅଧିକ ବରିଷ୍ଠ ନାଗରିକମାନଙ୍କୁ କରୋନା ଟିକା ପ୍ରଦାନରେ ପ୍ରାଥମିକତା ଦିଆଯିବ। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଗର୍ଭବତୀ ଓ ବରିଷ୍ଠ ନାଗରିକଙ୍କୁ ମଧ୍ୟ ଏକସଙ୍ଗେ କରୋନା ଟିକା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି କରୋନା ସ୍ଥିତିର ସମୀକ୍ଷାବେଳେ ଗୁରୁତର ରୋଗରେ ପୀଡ଼ିତଥିବା ରୋଗୀମାନଙ୍କର […]

କରୋନା ଟିକା: ରାଜ୍ୟରେ ଗର୍ଭବତୀ ଓ ବରିଷ୍ଠ ବ୍ୟକ୍ତିଙ୍କୁ ମିଳିବ ପ୍ରାଥମିକତା

Coronavirus-vaccine

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ବିଭିନ୍ନ ଟିକାର ପରୀକ୍ଷାନିରୀକ୍ଷା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଥିବାବେଳେ ରାଜ୍ୟରେ ଗର୍ଭବତୀ ମହିଳା ଓ ୬୦ବର୍ଷ ବୟସରୁ ଅଧିକ ବରିଷ୍ଠ ନାଗରିକମାନଙ୍କୁ କରୋନା ଟିକା ପ୍ରଦାନରେ ପ୍ରାଥମିକତା ଦିଆଯିବ। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଗର୍ଭବତୀ ଓ ବରିଷ୍ଠ ନାଗରିକଙ୍କୁ ମଧ୍ୟ ଏକସଙ୍ଗେ କରୋନା ଟିକା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି କରୋନା ସ୍ଥିତିର ସମୀକ୍ଷାବେଳେ ଗୁରୁତର ରୋଗରେ ପୀଡ଼ିତଥିବା ରୋଗୀମାନଙ୍କର ଡାଟାବେସ୍ ପ୍ରସ୍ତୁତ କରିବାରେ ଏହା ସହାୟକ ହେବ ବୋଲି କହିବା ସହ ସମାଜର ବିପଦସଙ୍କୁଳ ବର୍ଗର ବ୍ୟକ୍ତିମାନଙ୍କୁ ଟିକା ପ୍ରଦାନବେଳେ ପେଷାଦାର, ବିଜ୍ଞାନଭିତ୍ତିକ ସମ୍ପୂର୍ଣ୍ଣ ଫଳପ୍ରଦ ଯୋଜନା ପ୍ରସ୍ତୁତ କରିବା ନିମନ୍ତେ ଗୁରୁତ୍ୱ ଦେଇଛନ୍ତି। ଟିକା ନେବାପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠୁ ଅଧିକ ଫଳପ୍ରଦ ପ୍ରତିରୋଧକ। ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତ୍ୱ ଓ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ନିମନ୍ତେ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଆମେରିକା ଓ ପଶ୍ଚିମ ୟୁରୋପୀୟ ରାଷ୍ଟ୍ର ଏବଂ ନୂଆଦିଲ୍ଲୀରେ ଯେଭଳି କୋଭିଡର ଦ୍ୱିତୀୟ ପ୍ରବାହ ଆରମ୍ଭ ହୋଇଛି ତାକୁ ଦୃଷ୍ଟିରେ ରଖି ଅଧିକ ସତର୍କ ହେବା ଜରୁରୀ ବୋଲି କହିଛନ୍ତି। ଗୋଟିଏ ମାସ ଭିତରେ ଆମେରିକା ସଂକ୍ରମଣ ୩ଗୁଣ ବଢ଼ିବା ରୋଗର ଗୁରୁତର ଦିଗ ପ୍ରତି ସୂଚୀତ କରୁଛି। ତେଣୁ ଶୀତ ଋତୁ ପାଇଁ ସତର୍କ ରହିବା ସହିତ କୋଭିଡ୍ ହସ୍ପିଟାଲର ଆଇସିୟୁ ଗୁଡ଼ିକୁ ମଧ୍ୟ କାର୍ଯ୍ୟକ୍ଷମ ରଖିବାନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଓ ବିଭିନ୍ନସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଜରିଆରେ ଯେପରି କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇପାରିଛି, ଟିକାକରଣ ପାଇଁ ମଧ୍ୟ ଏବେଠୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ଲୋକଙ୍କ ଜୀବନଜୀବିକା ଯେପରି ବ୍ୟାହତ ନହୁଏ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ଓ ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ସଚିବଙ୍କୁ ଆଜିର ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe