/odisha-reporter/media/post_attachments/uploads/2021/04/naveen.jpg)
CM Naveen Patnaik
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବସିଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ମେ’ ୨୪ରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ। ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି କୋଭିଡ୍ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ସାମିଲ୍ ହେବେ। ସେମାନଙ୍କୁ ଦିଆଯିବ ପ୍ରୋତ୍ସାହନ ରାଶି। ଗାଁରେ ଲକ୍ଡାଉନ ଓ TMC ସଂପର୍କରେ ସରପଞ୍ଚମାନେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେଇପାରିବେ। କୋଭିଡରେ ମୃତକଙ୍କ ବିଧବା ପତ୍ନୀ ଓ ବାପା-ମା’ଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍ସନ୍ ଯୋଜନାରେ ସାମିଲ କରାଯିବ। ପିଲାଙ୍କୁ ମାଗଣା ଶିକ୍ଷା ଦିଆଯିବ। ଅକ୍ସିଜେନ ଯୋଗାଣର ସୁପରିଚାଳନା ପାଇଁ ଗଠନ ହେବ ଟାସ୍କଫୋର୍ସ। ପ୍ରସ୍ତୁତ ହେବ ମାଷ୍ଟରପ୍ଲାନ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
