ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୨୪ରୁ ଘର ଘର ବୁଲି ସର୍ଭେ କରିବେ ଆଶାକର୍ମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବସିଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ମେ’ ୨୪ରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ। ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି କୋଭିଡ୍‌ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ସାମିଲ୍‌ ହେବେ। ସେମାନଙ୍କୁ ଦିଆଯିବ ପ୍ରୋତ୍ସାହନ ରାଶି। ଗାଁରେ ଲକ୍‌ଡାଉନ ଓ TMC ସଂପର୍କରେ ସରପଞ୍ଚମାନେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେଇପାରିବେ। କୋଭିଡରେ ମୃତକଙ୍କ ବିଧବା […]

CM Naveen Patnaik

Ordigital Desk
  • Published: Monday, 17 May 2021
  • , Updated: 17 May 2021, 07:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବସିଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ମେ’ ୨୪ରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ। ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି କୋଭିଡ୍‌ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ସାମିଲ୍‌ ହେବେ। ସେମାନଙ୍କୁ ଦିଆଯିବ ପ୍ରୋତ୍ସାହନ ରାଶି। ଗାଁରେ ଲକ୍‌ଡାଉନ ଓ TMC ସଂପର୍କରେ ସରପଞ୍ଚମାନେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେଇପାରିବେ। କୋଭିଡରେ ମୃତକଙ୍କ ବିଧବା ପତ୍ନୀ ଓ ବାପା-ମା’ଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ କରାଯିବ। ପିଲାଙ୍କୁ ମାଗଣା ଶିକ୍ଷା ଦିଆଯିବ। ଅକ୍‌ସିଜେନ ଯୋଗାଣର ସୁପରିଚାଳନା ପାଇଁ ଗଠନ ହେବ ଟାସ୍କଫୋର୍ସ। ପ୍ରସ୍ତୁତ ହେବ ମାଷ୍ଟରପ୍ଲାନ।

Related story