Advertisment

୫ଟି ଜିଲ୍ଲାର ୪୪୫ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ୱର ଜିଲ୍ଲାର ୧୩୫ଟି ହାଇସ୍କୁଲ, ପୁରୀର ୯୫ଟି, ନୟାଗଡର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସ୍କୁଲ ନୂଆ ରୂପ ନେବା ପରେ ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଖେଳିଯାଇଛି। ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ। […]

author-image
Niranjan Mishra
୫ଟି ଜିଲ୍ଲାର ୪୪୫ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

5t

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ୱର ଜିଲ୍ଲାର ୧୩୫ଟି ହାଇସ୍କୁଲ, ପୁରୀର ୯୫ଟି, ନୟାଗଡର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି।

Advertisment

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସ୍କୁଲ ନୂଆ ରୂପ ନେବା ପରେ ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଖେଳିଯାଇଛି। ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ। ଏହି ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପାଠ ହେଉ ବା ଖେଳ  ନିଜ  ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବା ନିମନ୍ତେ ଛାତ୍ରଛାତ୍ରୀ ଅହରହ ଉଦ୍ୟମ କରନ୍ତୁ। ଟେକ୍ନୋଲୋଜି ଦ୍ୱାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପ୍ୟୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହୋଇଛି। ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଯାଇଛି। ଟିମ୍‌ ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏହି ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ଟାଇମ ବା ସମୟକୁ ଗୁରୁତ୍ୱ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସ୍ୱଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ରୂପାନ୍ତରିକରଣ ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ସମୀର ରଞ୍ଜନ ଦାଶ, ବିଧାୟକ ଡଃ ଅରୁଣ କୁମାର ସାହୁ, ବିଧାୟକ ଡଃ ବ୍ୟୋମକେଶ ରାୟ ଓ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ସ୍କୁଲ ରୂପାନ୍ତର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତନ ଆଣିଛି ବୋଲି ସେମାନେ ମତ  ଦେଇଥିଲେ। ୫ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା  ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

Advertisment

ସୂଚନାଯୋଗ୍ୟ ଯେ ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।