ବାତ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି। କ୍ଷତିଗ୍ରସ୍ତ ଫସଲ ଓ ଘରର ଆକଳନ ୩ରୁ ୭ଦିନ ମଧ୍ୟରେ ଶେଷ କରିବାକୁ ନିଦେ୍ର୍ଧଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କଟକ ଜିଲ୍ଲାରେ ଆକାଶମାର୍ଗରୁ କ୍ଷୟକ୍ଷତି ଆକଳନ କରିଛନ୍ତି। ‘ଅମ୍ଫାନ’ ଯୋଗୁ ହୋଇଥିବା ବ୍ୟାପକ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ […]

v-987

v-987

Tapas Behera
  • Published: Thursday, 21 May 2020
  • Updated: 21 May 2020, 07:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି। କ୍ଷତିଗ୍ରସ୍ତ ଫସଲ ଓ ଘରର ଆକଳନ ୩ରୁ ୭ଦିନ ମଧ୍ୟରେ ଶେଷ କରିବାକୁ ନିଦେ୍ର୍ଧଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କଟକ ଜିଲ୍ଲାରେ ଆକାଶମାର୍ଗରୁ କ୍ଷୟକ୍ଷତି ଆକଳନ କରିଛନ୍ତି। ‘ଅମ୍ଫାନ’ ଯୋଗୁ ହୋଇଥିବା ବ୍ୟାପକ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ବ୍ୟକ୍ତ କରିବା ସହ କ୍ଷତିଗ୍ରସ୍ତ ଯୋଗଯୋଗ ଭିତ୍ତିଭୂମି ଓ ରାସ୍ତାକୁ ଆସନ୍ତାକାଲି ସୁଦ୍ଧା ସ୍ୱାଭାବିକ ପାଇଁ ନିଦେ୍ର୍ଧଶ ଦେଇଛନ୍ତି। ସେହିପରି ସେସୁକୁୁ ଆସନ୍ତା ୨୪ଘଣ୍ଟା ଭିତରେ ଓ ନେସ୍କୋକୁ ଆସନ୍ତା ୭୨ଘଣ୍ଟା ମଧ୍ୟରେ ବିଦୁ୍ୟତ ସେବା ଯୋଗାଣକୁ ସ୍ୱାଭାବିକ କରିବା ନିମନ୍ତେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ଆସନ୍ତା ୩ଦିନ ମଧ୍ୟରେ ଫସଲ କ୍ଷୟକ୍ଷତି ଆକଳନ ଏବଂ କ୍ଷତିଗ୍ରସ୍ତ ଘର ଓ କୋଠାର ଆକଳନ ସପ୍ତାହକ ସୁଦ୍ଧା ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି। ଅମ୍ଫାନରେ ରାଜ୍ୟର ୮୯ଟି ବ୍ଲକର ୪୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଗସ୍ତ କରିଥିଲେ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ ଥିବାବେଳେ ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos