ବିଧାନସଭା ପରିସରରେ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ। ସେ ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲା ସୁଆଣ୍ଡ ଗାଁରେ ଜନ୍ମ ଗ୍ରହଣ କରିଥିଲେ।  ଆଜି ବିଧାନସଭା ପରିସରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।  ଏହା ସହ  ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କ ସ୍ମୃତିଚାରଣ କରାଯାଇଥିଲା।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରଦୀପ ଅମାତଙ୍କ ସମେତ ବହୁ ମନ୍ତ୍ରୀ ଓ ଅଧିକାରୀ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।