ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାଖୁସ୍ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବ୍ୟୟବରାଦ ହ୍ରାସ କରାଯାଇଛି। କୃଷି ଓ କୃଷକଙ୍କ ବିକାଶ, ଉଚ୍ଚଶିକ୍ଷା, ଗ୍ରାମ୍ୟ ଉନ୍ନୟନରେ ବ୍ୟୟବରାଦ ହ୍ରାସ ହୋଇଛି। ମହାମାରୀ ବେଳେ ବ୍ୟୟବରାଦ ହ୍ରାସ ବିକାଶ ଉପରେ ପ୍ରଭାବ ପକାଇବ। ମନରେଗାରେ ବ୍ୟୟବରାଦ ହ୍ରାସ ଯୋଗୁଁ ଗରିବ ଲୋକେ ପ୍ରଭାବିତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବଜେଟରେ ମଧ୍ୟବିତ୍ତ ଲୋକଙ୍କ ପାଇଁ ବିଶେଷ କିଛି ନାହିଁ। ବଜେଟରେ ଦରଦାମ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଇ ନାହିଁ। LPG ସବସିଡି କମି ଥିବାରୁ ମହିଳା ଓ ଗୃହ ଅର୍ଥନୀତି ପ୍ରଭାବିତ ହେବ। ଗ୍ରାମ୍ୟ ଗୃହ ଯୋଜନାରେ ଓଡ଼ିଶାକୁ ଅବହେଳା ଆମକୁ ବ୍ୟଥିତ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଟେକ୍ନୋଲୋଜି ଓ ଭିତ୍ତିଭୂମି ଉପରେ ଫୋକସକୁ ନେଇ ପ୍ରଶଂସା କରିଛନ୍ତି। ମହାମାରୀ ସମୟରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିକାଶରେ ସହାୟକ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।