Advertisment

ଆକାଶମାର୍ଗରୁ ବାତ୍ୟାଂଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ୟାସ୍‌’ ଓଡ଼ିଶା ଛାଡ଼ି ଝାଡ଼ଖଣ୍ଡ ଅତିକ୍ରମ କରିସାରିଥିବାବେଳେ ଏହା ଉତ୍ତର ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ବାତ୍ୟାଂଚଳ ପରିଦର୍ଶନରେ ଆସି ସ୍ଥିତିର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ବାତ୍ୟା ପ୍ରଭାବିତ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥିତିକୁ ଆକାଶମାର୍ଗରୁ ଅନୁଧ୍ୟାନ କରିଥିବା ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ […]

ଅଦ୍ୟତନ ହୋଇଛି
ଆକାଶମାର୍ଗରୁ ବାତ୍ୟାଂଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

Naveen Patnaik

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ୟାସ୍‌’ ଓଡ଼ିଶା ଛାଡ଼ି ଝାଡ଼ଖଣ୍ଡ ଅତିକ୍ରମ କରିସାରିଥିବାବେଳେ ଏହା ଉତ୍ତର ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ବାତ୍ୟାଂଚଳ ପରିଦର୍ଶନରେ ଆସି ସ୍ଥିତିର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ବାତ୍ୟା ପ୍ରଭାବିତ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥିତିକୁ ଆକାଶମାର୍ଗରୁ ଅନୁଧ୍ୟାନ କରିଥିବା ଜଣାପଡ଼ିଛି।

Advertisment

ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାତ୍ୟାଂଚଳରେ କ୍ଷୟକ୍ଷତି ଆକଳନ ପାଇଁ ଆକାଶମାର୍ଗରୁ ବାତ୍ୟାଂଚଳ ପରିଦର୍ଶନ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ କେଉଁ ନିର୍ଦ୍ଦିଷ୍ଟ ଜିଲ୍ଲା ଗସ୍ତ କରିଛନ୍ତି ସେ ନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ସରକାରଙ୍କ ପକ୍ଷରୁ ଦିଆଯାଇନି। ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ସ୍ଥିତିର ଅନୁଧ୍ୟାନ କରି ଫେରିବା ପରେ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ଅବଶ୍ୟ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜଳଘେରରେ ଥିବା ୧୨୮ଟି ଗାଁର ସମସ୍ତ ପରିବାରକୁ ୭ଦିନ ପର୍ଯ୍ୟନ୍ତ ରିଲିଫ ସାମଗ୍ରୀ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେବା ସହ ୨୪ଘଣ୍ଟା ମଧ୍ୟରେ ୮୦% ବିଦ୍ୟୁତ ଯୋଗାଣ ସ୍ୱାଭାବିକ କରିବାକୁ କହିଥିଲେ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ବାତ୍ୟା ପ୍ରଭାବିତ ବାଲେଶ୍ୱର, ଭଦ୍ରକ ଜିଲ୍ଲାର ସ୍ଥିତି ଆକାଶମାର୍ଗରୁ ଅନୁଧ୍ୟାନ କରିବା ପରେ ରାଜ୍ୟ ସରକାରଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

Advertisment
Cyclone Disaster Management Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe