ଆବଶ୍ୟକ ପଡ଼ିଲେ ମିନି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା। ସଚେତନତା ଏବଂ ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳ, ଏସ୍ପି ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସର୍ଭେଲାନ୍ସ ଏବଂ ଟେଷ୍ଟିଂ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ପରିସ୍ଥିତି ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ। ଆଲୋଚନା କାଳରେ ଅନେକ ପ୍ରସ୍ତାବ ଦେଲା ସ୍ୱାସ୍ଥ୍ୟ ବିଭାଗ। RTPCR ଟେଷ୍ଟ ଅଧିକ ବଢ଼ାଇବାକୁ ପରାମର୍ଶ ଦିଆଯାଇଛି। ଟେଷ୍ଟ, ଟ୍ରାକ୍ ଏବଂ ଟ୍ରିଟ୍‌କୁ ଗୁରୁତ୍ୱ ଦେବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ଆବଶ୍ୟକ ପଡ଼ିଲେ ମିନି କଣ୍ଟେନମେଣ୍ଟ ଜୋନ୍ ପାଇଁ ପ୍ରସ୍ତାବ ଦିଆଯାଇଛି।

ପୁଲିସ ଯାଞ୍ଚ ଅଧିକ କଡ଼ାକଡ଼ି କରିବାକୁ ବୈଠକରେ ପ୍ରସ୍ତାବ ଦିଆଯାଇଛି। ସହରାଞ୍ଚଳ ସମ୍ବେଦନଶୀଳ ଅଞ୍ଚଳ ଉପରେ ତୀକ୍ଷ୍ନ ନଜର ପାଇଁ ପ୍ରସ୍ତାବ ଦିଆଯାଇଛି। ହୋଲି ପାଇଁ SRCଙ୍କ ଗାଇଡଲାଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଫିସିଆଲ ମିଟିଂ ଭର୍ଚୁଆଲ ମାଧ୍ୟମରେ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

ସେପଟେ ରାଜ୍ୟରେ ନୂଆ ୧୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଟ୍ୱିଟ୍ କରାଯାଇଥିବା ଏହି ରିପୋର୍ଟ ଅନୁଯାୟୀ, ୧୧୩ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୭ ଓ ଖୋର୍ଦ୍ଧାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।