ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ, ୨ ମାସ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ ଟିକାକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ନିମନ୍ତେ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏବେ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନଠୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବାବେଳେ ଖୁବଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ତେଣୁ ଆଗାମୀ ୨ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଜ୍ୟରେ କୋଭିଡ୍ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, […]

covid

covid

Manoranjan Sial
  • Published: Wednesday, 06 January 2021
  • Updated: 06 January 2021, 07:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ ଟିକାକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ନିମନ୍ତେ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏବେ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନଠୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବାବେଳେ ଖୁବଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ତେଣୁ ଆଗାମୀ ୨ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଜ୍ୟରେ କୋଭିଡ୍ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ଇଂଲଣ୍ଡ ଓ ୟୁରୋପରେ କୋଭିଡର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଓ କେତେକ ଦେଶରେ ଲକଡାଉନ୍ ପୁଣି ଲାଗୁ କରାଗଲାଣି। ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତଙ୍କ ସହଯୋଗରେ କୋଭିଡ୍ ସଂକ୍ରମଣକୁ ସଫଳ ଭାବେ ଏବେ ପର୍ଯ୍ୟନ୍ତ ନିୟନ୍ତ୍ରଣ କରାଯାଇ ପାରିଛି। ଅଧିକାଂଶ ଜିଲ୍ଲା ଗ୍ରୀନ୍ ଜୋନରେ ରହିଥିବାବେଳେ ତୀବ୍ର ସଂକ୍ରମଣ ପର୍ଯ୍ୟାୟ ଅତିକ୍ରମ ହୋଇଯାଇଛୁ। ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ଆଗଧାଡ଼ିରେ ରହି କାମ କରୁଥିବା ସମସ୍ତ କୋଭିଡ୍ ଯୋଦ୍ଧାମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। କୋଭିଡ୍ ଟୀକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି। ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, କୋଭିଡ୍ ନିୟନ୍ତ୍ରଣରେ ରାଜ୍ୟ ବହୁତ ଭଲ ସ୍ଥିତିରେ ରହିଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ୨ହଜାର ମଧ୍ୟରେ ସୀମିତ ରହିଛି। ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ଆରୋଗ୍ୟ ହାର ଏବେ ପ୍ରାୟ ୯୯ ପ୍ରତିଶତରେ ପହଂଚିଥିବାବେଳେ ଗତକାଲିଠୁ ରାଜ୍ୟରେ କୋଭିଡରେ କୌଣସି ରୋଗୀଙ୍କ ମୃତ୍ୟୁ ହୋଇନାହିଁ ବୋଲି କହିଥିଲେ। ସୂଚନାଯୋଗ୍ୟ, ଗତ ଜୁନ୍ ମାସ ୩୦ତାରିଖରୁ ନିୟମିତ ଭାବେ କୋଭିଡରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସୁଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos