ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସର ପ୍ରାକ୍ ନିର୍ବାଚନ ପ୍ରସ୍ତୁତି । ଆଗାମୀ ନିର୍ବାଚନକୁ ନେଇ ଷ୍ଟ୍ରାଟେଜି ପ୍ରସ୍ତୁତ କରିବ ଦଳ। ଏନେଇ ଆଜି ବସୁଛି କଂଗ୍ରେସ ବିଧାୟକ ଦଳ ବୈଠକ ।
ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ବାସଭବନରେ ଏହି ବୈଠକ ବସିବ। ରାଜ୍ୟ ସରକାରଙ୍କ ବିଫଳତାକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରସ୍ତୁତ ହେବ ଗେମ୍ ପ୍ଲାନ୍ । ଲୋକଙ୍କୁ ଏନେଇ ଅବଗତ କରିବ କଂଗ୍ରେସ ।
ଏହାସହ ୨୦୧୯ ନିର୍ବାଚନ ପୂର୍ବରୁ ଆଜି ଏନେଇ ଅଙ୍କ କଷିବ ଦଳ। କିପରି ତୃଣମୂଳ ସ୍ତରରେ ଲୋକଙ୍କ ପାଖକୁ ପହଞ୍ଚି ହେବ ସେ ନେଇ ଆଲୋଚନା ହେବ ।
ବିଧାୟକ ଦଳ ବୈଠକ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଆଗୁଆ ନିର୍ବାଚନ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାର ସଜବାଜ ହେଉଥିବା ବେଳେ କଂଗ୍ରେସ ବି ଏନେଇ ଅଣ୍ଟା ଭିଡ଼ିଛି। ତେବେ ଅଗଷ୍ଟ ୧୫ ପରେ କଂଗ୍ରେସ କାର୍ଯ୍ୟକ୍ରମ ଆରମ୍ଭ କରିବ ବୋଲି ସେ କହିଛନ୍ତି।
ଏହି ବୈଠକ ହଠାତ୍ ନୁହେଁ, ପୂର୍ବ ନିର୍ଦ୍ଧାରିତ ଥିଲା ବୋଲି କହିଛନ୍ତି ନିରଞ୍ଜନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।