ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମୁନି କରୋନାର କୋପ । ରାଜ୍ୟରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ପୁଣି ଆଉ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୪ ଜଣ ଅଛନ୍ତି । […]

Coronavirus

Coronavirus

Madhupriya Mistry
  • Published: Friday, 27 November 2020
  • Updated: 27 November 2020, 11:30 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମୁନି କରୋନାର କୋପ । ରାଜ୍ୟରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ପୁଣି ଆଉ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୪ ଜଣ ଅଛନ୍ତି । ସେହିପରି ଅନୁଗୁଳରୁ ୩ ଜଣ, ଭୁବନେଶ୍ୱରରୁ ୨, ବାଲେଶ୍ୱରରୁ ୨, ନୟାଗଡ ଓ ପୁରୀରୁ ଜଣେ ଲଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।


ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୮୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos