Coronavirus
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମୁନି କରୋନାର କୋପ । ରାଜ୍ୟରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ପୁଣି ଆଉ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୪ ଜଣ ଅଛନ୍ତି । ସେହିପରି ଅନୁଗୁଳରୁ ୩ ଜଣ, ଭୁବନେଶ୍ୱରରୁ ୨, ବାଲେଶ୍ୱରରୁ ୨, ନୟାଗଡ ଓ ପୁରୀରୁ ଜଣେ ଲଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୨୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୮୮୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/11/Coronavirus.jpg)