Advertisment

ରାଜ୍ୟରେ ପୁଣି ୪୭ ଛୁଆ କରୋନା ଆକ୍ରାନ୍ତ, ୩ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍‌ର ହୋଇଥିବା ବେଳେ ୧୪୯ଟି ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୪୭ଟି ଛୁଆ ଅଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ଟି […]

author-image
Madhupriya Mistry
ରାଜ୍ୟରେ ପୁଣି ୪୭ ଛୁଆ କରୋନା ଆକ୍ରାନ୍ତ, ୩ ମୃତ

covid test

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍‌ର ହୋଇଥିବା ବେଳେ ୧୪୯ଟି ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୪୭ଟି ଛୁଆ ଅଛନ୍ତି।

Advertisment

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ଟି ମାମଲା ସାମ୍ନାକୁ ଆସିଛି। ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୮, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଦେଓଗଡ, ଗଞ୍ଜାମ ଓ କେନ୍ଦୁଝରରୁ ଜଣେ ଲେଖାଏଁ, ଗଜପତିରୁ୭, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡାରୁ ୧୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନୟାଗଡରୁ ୩, ପୁରୀରୁ ୯, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୋନପୁର ୨, ସୁନ୍ଦରଗଡ ୩, ଷ୍ଟେଟପୁଲରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ରେ ପହଞ୍ଚିଛି। ସେହିପରି ୧୦୨୧୧୮୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୧୧୯ଟି ଆକ୍ଟିଭ କେସ୍‌ ରହିଛି।

https://twitter.com/IPR_Odisha/status/1449223433640841217?s=20

https://twitter.com/IPR_Odisha/status/1449223439575748611?s=20

https://twitter.com/HFWOdisha/status/1449216520895168516?s=20

Covid19