କେମିତିକା ନେତା ଥିଲେ ମହାରଥୀ, ପଢ଼ନ୍ତୁ କିଏ କଣ କହିଲେ
ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମହାରଥୀଙ୍କୁ ବିଜେଡିର ଜଣେ ଟାଣୁଆ ନେତା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସେ ଜଣେ ଦକ୍ଷ ସଂଗଠକ ଭାବେ ଜଣାଶୁଣା ଥିଲେ। ପ୍ରକୃତରେ ସାଧାରଣ ଲୋକଙ୍କ ନେତା ଥିଲେ ପ୍ରଦୀପ ମହାରଥୀ।
ଏଭଳି ଏକ ଘଡିସନ୍ଧି ମୁହୁର୍ତ୍ତରେ ପ୍ରଭୂ ଜଗନ୍ନାଥଙ୍କ ପାଖେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି ଏବଂ ବନ୍ଧୁ , ବାନ୍ଧବ ଓ ଶୁଭେଚ୍ଛୁ ଏବଂ ସମର୍ଥକ ମାନଙ୍କୁ ଏହି ଦୁଃଖକୁ ସହନ କରିବା ନିମନ୍ତେ ଧୈର୍ଯ୍ଯ ପ୍ରଦାନ କରିବା ପାଇଁ ପ୍ରାର୍ଥନା କରୁଛି ।
— Pratap Sarangi (@pcsarangi) October 4, 2020
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ‘ଶ୍ରୀ ମହାରଥୀ ଜଣେ ଖୁସ୍ ମିଜାସ୍ ତଥା କୌଣସି ବି ପ୍ରସଙ୍ଗରେ ରୋକଠୋକ୍ ଭାବରେ ନିଜର ମତ ରଖିବା ସହ ନିଜର ସ୍ୱତନ୍ତ୍ର ଉପସ୍ଥାପନା ଶୈଳୀ ପାଇଁ ଏକ ବିରଳ ପରିଚୟ ସୃଷ୍ଟି କରିଥିଲେ।
#Odisha ର ବରିଷ୍ଠ ରାଜନେତା, ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗ ଖବର ଶୁଣି ଶ୍ରୀଯୁକ୍ତ @PandaJay ଅତ୍ଯନ୍ତ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀଯୁକ୍ତ ପଣ୍ଡା ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇ ଦିବଂଗତ ଆତ୍ମାର ସଦଗତି କାମନା କରିଛନ୍ତି। ଓଁ ଶାନ୍ତି 🙏🙏
— Baijayant Panda Odia (@Panda_Odia) October 4, 2020
ସବୁବେଳେ ଲୋକଙ୍କ ସାଙ୍ଗରେ ରହିବା ଓ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଦିନରାତି ଲାଗି ରହିବା ଥିଲା ତାଙ୍କର ପସନ୍ଦ। ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ଓ ସାମାଜିକ ଜୀବନରେ ଏକ ଅପୂରଣୀୟ କ୍ଷତି ହେଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।