ବଢ଼ିଲା ପାଟଣାଗଡ଼ ବିଧାୟକଙ୍କ ଅଡ଼ୁଆ: ରାଜ୍ୟ ଡିପ୍ଲୋମା ଇଞ୍ଜିନିୟର୍ସ ସର୍ଭିସ୍‌ ସଂଘର ଆନ୍ଦୋଳନ ଧମକ

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ପାଟଣାଗଡ଼ ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବିଧାୟକ ମନୋଜ ମେହେର ଉଠ୍‌ବସ୍ କରିବା ଘଟଣାରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବା ବେଳେ ରାଜ୍ୟ ଡିପ୍ଲୋମା ଇଞ୍ଜିନିୟର ସର୍ଭିସ୍ ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ସଂଘର ଅତିରିକ୍ତ ସାଧାରଣ ସମ୍ପାଦକ ଶ୍ରୀଧର ବାରିକ କହିଛନ୍ତି, ବିଧାୟକଙ୍କୁ ଗିରଫ କରା ନଗଲେ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ସଂଘର ବୈଠକରେ ଏହି ନିଷ୍ପତ୍ତି ହୋଇଛି। ସଂଘର ବଲାଙ୍ଗିର ଜିଲ୍ଲା କାର୍ଯ୍ୟାଳୟରେ ଏନେଇ […]

diploma

Jitendra Garnayak
  • Published: Sunday, 09 June 2019
  • , Updated: 09 June 2019, 03:03 PM IST

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ପାଟଣାଗଡ଼ ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବିଧାୟକ ମନୋଜ ମେହେର ଉଠ୍‌ବସ୍ କରିବା ଘଟଣାରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବା ବେଳେ ରାଜ୍ୟ ଡିପ୍ଲୋମା ଇଞ୍ଜିନିୟର ସର୍ଭିସ୍ ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି।

ସଂଘର ଅତିରିକ୍ତ ସାଧାରଣ ସମ୍ପାଦକ ଶ୍ରୀଧର ବାରିକ କହିଛନ୍ତି, ବିଧାୟକଙ୍କୁ ଗିରଫ କରା ନଗଲେ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ସଂଘର ବୈଠକରେ ଏହି ନିଷ୍ପତ୍ତି ହୋଇଛି।

ସଂଘର ବଲାଙ୍ଗିର ଜିଲ୍ଲା କାର୍ଯ୍ୟାଳୟରେ ଏନେଇ ଏକ ବୈଠକ ବସିଥିଲା। ବୈଠକ ପରେ ଶ୍ରୀ ବାରିକ ଏହି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ବଲାଙ୍ଗିର ଜିଲ୍ଲାପାଳ ଅରିନ୍ଦମ ଡାକୁଆ କହିଛନ୍ତି ଯେ, ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସେ କହିଛନ୍ତି, ଉପଜିଲ୍ଲାପାଳଙ୍କୁ ଘଟଣା ସମ୍ପର୍କରେ ରିପୋର୍ଟ ମଗାଯାଇଥିଲା। ତାଙ୍କ ରିପୋର୍ଟରୁ ଘଟଣାର ସତ୍ୟତା ଥିବା ଜଣାପଡ଼ିଛି। ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ଖୁବ୍‌ଶୀଘ୍ର ସୁପାରିସ୍ କରାଯିବ।

ସୂଚନାଯୋଗ୍ୟ, ବେଲପଡ଼ା ବ୍ଲକ୍ ଗମ୍ଭାରୀ ଗାଁରେ ଏକ ରାସ୍ତାକାମ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଏ ଅଭିଯୋଗ ପାଇବା ପରେ ବିଧାୟକ ସରୋଜ ମେହେର ନିଜେ ଉକ୍ତ ନିର୍ମାଣାଧୀନ ପିଚୁ ରାସ୍ତାର କାର୍ଯ୍ୟ ତଦାରଖ କରିବାକୁ ଯାଇଥିଲେ। ରାସ୍ତାକାମ ତଦାରଖ କରିବା ପରେ ବିଧାୟକ ସଙ୍ଗେ ସଙ୍ଗେ ଆକ୍ସନ୍ ମୋଡକୁ ଚାଲି ଯାଇଥିଲେ। ସର୍ବସମ୍ମୁଖରେ ସେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ୫ ମିନିଟ ମଧ୍ୟରେ ଶହେ ଥର ଉଠବସ ହେବାକୁ ନିର୍ଦ୍ଦେଶ ଦେଇଥିଲେ।

ବିଧାୟକଙ୍କ ଦବଙ୍ଗଗିରି ଦୃଶ୍ୟ ସୋଶାଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଏନେଇ ଟିଭିରେ ଖବର ପ୍ରସାରଣ ହେବା ପରେ ଜୟକାନ୍ତଙ୍କ ପତ୍ନୀ ବିଧାୟକଙ୍କ ବିରୋଧରେ ଥାନାରେ ଏତଲା ଦେଇଥିଲେ। ତାଙ୍କ ସ୍ୱାମୀଙ୍କୁ ବିଧାୟକ ଓ ତାଙ୍କର କର୍ମୀମାନେ ଘରୁ ଡାକି ନେଇଥିବା ସେ ଏତଲାରେ ଉଲ୍ଲେଖ କରିଥିଲେ। ଏପରିକି ତାଙ୍କ ସ୍ୱାମୀଙ୍କୁ ଜାତିଆଣ ଆକ୍ଷେପ ସହ ଶାରୀରିକ ନିର୍ଯାତନା ଦିଆଯାଇଥିବା ସେ ଅଭିଯୋଗ କରିଥିଲେ।

ପାଟଣାଗଡ଼ ପୁଲିସ୍ ଏ ନେଇ ଆଇପିସି ଓ ଏସ୍‌ସି ଏବଂ ଏସ୍‌ଟି ଆକ୍ଟରେ ମାମଲା ରୁଜୁ କରିଥିଲେ ସୁଦ୍ଧା ବିଧାୟକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି।

Related story