Advertisment

‘ଜୁନ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ପାଇଁ ରାଜ୍ୟରେ ପୁଣି ୧୬ ଦିନ ପାଇଁ ଲକ୍‌ଡାଉନ୍‌ ବଢ଼ାଇଲେ ସରକାର। ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛନ୍ତି ରାଜ୍ୟ ସରକାର। ଲକ୍‌ଡାଉନ୍‌ ବେଳେ ପୂର୍ବରୁ ଜାରି ସମସ୍ତ କଟକଣା ବଳବତ୍ତର ରହିବ। ଏଥିସହ ସପ୍ତାହାନ୍ତ ଶର୍ଟଡାଉନ କଟକଣା ମଧ୍ୟ ଆଗଭଳି ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ତେବେ ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ଲକ୍‌ଡାଉନ୍‌ […]

ଅଦ୍ୟତନ ହୋଇଛି
‘ଜୁନ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ’

bihar-lockdown

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ପାଇଁ ରାଜ୍ୟରେ ପୁଣି ୧୬ ଦିନ ପାଇଁ ଲକ୍‌ଡାଉନ୍‌ ବଢ଼ାଇଲେ ସରକାର। ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛନ୍ତି ରାଜ୍ୟ ସରକାର। ଲକ୍‌ଡାଉନ୍‌ ବେଳେ ପୂର୍ବରୁ ଜାରି ସମସ୍ତ କଟକଣା ବଳବତ୍ତର ରହିବ। ଏଥିସହ ସପ୍ତାହାନ୍ତ ଶର୍ଟଡାଉନ କଟକଣା ମଧ୍ୟ ଆଗଭଳି ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।

Advertisment

ତେବେ ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ଗଜପତିସୁନ୍ଦରଗଡ଼। ଏହି ୩ଟି ଜିଲ୍ଲାରେ ସକାଳ ୭ଟାରୁ ଦିନ ୧ଟା ଯାଏଁ ଦୋକାନ ଖୋଲା ରହିବ। କିନ୍ତୁ ସେଲୁନ, ସ୍ପା ଓ ମଲ୍‌କୁ ବନ୍ଦ ରହିବ। ତେବେ ଏହି ୩ଟି ଜିଲ୍ଲାରେ ସଂକ୍ରମଣ ବଢ଼ିଲେ ପୁଣି କଟକଣା ଲାଗୁ ହେବ।  ବାକି ୨୭ ଜିଲ୍ଲାରେ ସଂକ୍ରମଣ କମିଲେ ପର୍ଯ୍ୟାୟ କ୍ରମେ କଟକଣା କୋହଳ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

ରାଜ୍ୟରେ କରୋନାର ଦ୍ୱିତୀୟ ଲହରକୁ କାବୁ କରିବା ପାଇଁ ପ୍ରଥମେ ମେ ୫ରୁ ୧୯ ଯାଏଁ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ଯାହାକୁ ପରେ ଜୁନ୍ ୧ ଯାଏଁ ଏବଂ ଆଜି ପୁଣି ଜୁନ୍ ୧୭ ଯାଏଁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।

Advertisment

ସେପଟେ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର କହିଛନ୍ତି, ମେ ୨୨ ତାରିଖରେ ସର୍ବାଧିକ ୧୨,୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ବାତ୍ୟା ୟାସ୍‌ ପାଇଁ ଟେଷ୍ଟ କମା ଯାଇଥିଲା। ଯାହାଫଳରେ କରୋନା ପଜିଟିଭ ସଂଖ୍ୟା କମିଥିଲା। ମାତ୍ର ପରବର୍ତ୍ତୀ ପର୍ଯ୍ୟାୟରେ ଟେଷ୍ଟ ବଢ଼ିଥିଲେ ମଧ୍ୟ ସଂକ୍ରମଣ କମିଛି। ଆଜି ରାଜ୍ୟରେ ୯୫୪୧ କରୋନା ଆକ୍ରାନ୍ତ ଚିହ୍ନିତ ହୋଇଛନ୍ତି। ମେ ୨୨ ତାରିଖକୁ ଆମ ରାଜ୍ୟ ପାଇଁ ପିକ ବୋଲି ଧରିବାକୁ ହେବ ବୋଲି ଆଜି ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର କହିଛନ୍ତି।

ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଆହୁରି କହିଛନ୍ତି, ପଡ଼ୋଶୀ ଛତିଶଗଡ଼ ଓ ଝାଡ଼ଖଣ୍ଡରେ ସଂକ୍ରମଣ କମିଛି। ଏହା ଆମ ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର। ଛତିଶଗଡ଼ ଓ ଝାଡ଼ଖଣ୍ଡକୁ ଲାଗିଥିବା ଜିଲ୍ଲାର ସଂକ୍ରମଣ କମୁଛି। ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ସଂକ୍ରମଣ କମୁଥିଲେ ମଧ୍ୟ ବିପଦ ରହିଛି। ସେଥିପାଇଁ ଆନ୍ଧ୍ର ଓ ପଶ୍ଚିମବଙ୍ଗ ସୀମାକୁ ସିଲ୍ କରାଯାଇଛି ବୋଲି ଏସିଏସ୍‌ କହିଛନ୍ତି। ରାଜ୍ୟର ମୋଟ୍‌ ୯ଟି ଜିଲ୍ଲାରେ ସଂକ୍ରମଣ ରାଜ୍ୟର ୬୦% ରହିଛି। ୯ ଜିଲ୍ଲା- ଖୋର୍ଦ୍ଧା, କଟକ, ଅନୁଗୁଳ, ସୁନ୍ଦରଗଡ଼, ପୁରୀ, ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, ପୁରୀ ଜିଲ୍ଲା। ରାଜ୍ୟରେ ପଜିଟିଭିଟି କମି ଆଜି ସୁଦ୍ଧା ୧୪%ରେ ପହଞ୍ଚିଛି। ୧୯ଟି ଜିଲ୍ଲାରେ ପଜିଟିଭିଟି ହାର କମୁଛି; ୫ ଜିଲ୍ଲାରେ ୫% ତଳେ ରହିଛି ବୋଲି ଏସିଏସ୍‌ କହିଛନ୍ତି।

Lockdown In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe