ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ସବୁ ସରକାରୀ ସ୍କୁଲ ଖୋଲିବାର ଥିଲା। ମାତ୍ର ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଖରା ଛୁଟି ବଢ଼ାଇଛନ୍ତି ରାଜ୍ୟ ସରକାର। ଖରାଛୁଟି ଜୁନ୍ ୨୫ ଯାଏଁ ବଢ଼ିଛି। ୨୬ ତାରିଖରେ ସ୍କୁଲ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର।
ସୌସୁମୀ ଆସିବାରେ ବିଳମ୍ୱ ହେଉଥିବାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଲୋକେ ଘରୁ ବାହାରି ପାରୁ ନାହାନ୍ତି। ଆଜି ରାଜଧାନୀ ଭୁବନେଶ୍ୱରରେ ପାଗ କାଉଁଳିଆ ଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ହେଉଛି। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଏପରିସ୍ଥିତିରେ ଛୋଟପିଲାମାନେ ସ୍କୁଲ ଯିବା ନିରାପଦ ନୁହେଁ। ସେଥିପାଇଁ ରାଜ୍ୟ ସରକାର ଖରା ଛୁଟି ବଢ଼ାଇଥିବା ଜଣାପଡ଼ିଛି।
ଅନ୍ୟପକ୍ଷରେ ବାତ୍ୟା ଫୋନି ଯୋଗୁ ଅନେକ ସ୍କୁଲର ଛାତ ଉଡି ଯାଇଛି। କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲ ଗୁଡ଼ିକ ମରାମତି ହୋଇପାରି ନାହିଁ। ଯେଉଁଥିପାଇଁ ରାଜ୍ୟ ସରକାର ସ୍କୁଲ ଛୁଟି ବଢ଼ାଇଥିବା ଅନୁମାନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।