Advertisment

ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ପାଇଁ ୫୦ ନୁହେଁ, ୧୦ ଏକର ଜମି ଦେବ ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଇଂରେଜଙ୍କ ବିରୁଦ୍ଧରେ ପ୍ରଥମ ସ୍ୱାଧୀନତା ସଂଗ୍ରାମ ‘ପାଇକ ବିଦ୍ରୋହ’ର ସ୍ମାରକୀ ନିର୍ମାଣ ପାଇଁ ରାଜ୍ୟ ସରକାର ୧୦ ଏକର ଜମି ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ଖୋର୍ଦ୍ଧାର ବରୁଣେଇ ପାହାଡ଼ ପାଦଦେଶରେ ୫୦ଏକର ଜମି ଯୋଗାଇ ଦେବା ପାଇଁ ତତକାଳୀନ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମା ୨୦୧୮ ମାର୍ଚ୍ଚ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। ମାତ୍ର ସେବେଠୁ ଏହି ଜମି ଦେବାକୁ ନେଇ ନିରବ ଥିବା […]

ଅଦ୍ୟତନ ହୋଇଛି
ପାଠ୍ୟକ୍ରମରେ ସାମିଲ ହେବ ଓଡ଼ିଆ ବରପୁତ୍ରଙ୍କ ଜୀବନୀ, ଛାତ୍ରଛାତ୍ରୀଙ୍କୁ ବାର୍ଷିକ ବୃତ୍ତି

odisha-government-allot-10-hectare-land-for-Paika-Memorial

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଇଂରେଜଙ୍କ ବିରୁଦ୍ଧରେ ପ୍ରଥମ ସ୍ୱାଧୀନତା ସଂଗ୍ରାମ ‘ପାଇକ ବିଦ୍ରୋହ’ର ସ୍ମାରକୀ ନିର୍ମାଣ ପାଇଁ ରାଜ୍ୟ ସରକାର ୧୦ ଏକର ଜମି ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ଖୋର୍ଦ୍ଧାର ବରୁଣେଇ ପାହାଡ଼ ପାଦଦେଶରେ ୫୦ଏକର ଜମି ଯୋଗାଇ ଦେବା ପାଇଁ ତତକାଳୀନ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମା ୨୦୧୮ ମାର୍ଚ୍ଚ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। ମାତ୍ର ସେବେଠୁ ଏହି ଜମି ଦେବାକୁ ନେଇ ନିରବ ଥିବା ରାଜ୍ୟ ସରକାର ଏବେ ମାତ୍ର ୧୦ଏକର ଜମି ଦେବେ ବୋଲି ସୂଚନା ମିଳିଛି। ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ ମଧ୍ୟ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିବା ସହ ସୋଶାଲ ମିଡିଆ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Advertisment

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ରାଜ୍ୟ ସରକାର ୧୦ଏକର ଜମି ଦେବାକୁ ସମ୍ମତି ଜଣାଇଥିବାରୁ ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣର ପ୍ରସ୍ତୁତି ଆଉ ଗୋଟିଏ ପାଦ ଆଗକୁ ଯାଇଛି। ଜଣେ ଓଡ଼ିଆ ଭାବେ ସେ ଏଥିପାଇଁ ଗର୍ବିତ। ପାଇକ ବିଦ୍ରୋହର ୨ଶହ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାରଙ୍କ ବଜେଟରେ ବିଶେଷ ବ୍ୟବସ୍ଥା କରାଯାଇଛି। ବ୍ରିଟିଶ ଶାସନ ବିରୋଧରେ ଦେଶର ପ୍ରଥମ ସଂଗଠିତ ସଶସ୍ତ୍ର ସଂଗ୍ରାମ ପାଇକ ବିଦ୍ରୋହ ଓଡ଼ିଶା ମାଟିରୁ ହିଁ ଆରମ୍ଭ ହୋଇଥିଲା। ଏହି ଅନନ୍ୟ ଇତିହାସକୁ ଆଗାମୀ ଶତାବ୍ଦୀ ପର୍ଯ୍ୟନ୍ତ ଓଡ଼ିଶା ଓ ସାରା ଦେଶର ଯୁବପୀଢିଙ୍କ ପ୍ରେରଣାର ଉତ୍ସ କରିବା ପାଇଁ ଉକ୍ତ ସ୍ମାରକୀ ନିର୍ମାଣର ପରିକଳ୍ପନା କରାଯାଇଛି। ଓଡ଼ିଆ ଜାତିର ବୀରତ୍ୱ ଓ ସ୍ୱାଭିମାନର ଚିହ୍ନ ରୂପରେ ଏହି ସ୍ମାରକୀ ବରୁଣେଇ ପାହାଡ଼ର ପାଦଦେଶରେ ଖୁବଶୀଘ୍ର ସମସ୍ତଙ୍କ ସହଯୋଗରେ ନିର୍ମାଣ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟର ମାଧ୍ୟମରେ ମତବ୍ୟକ୍ତ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ପାଇକ ବିଦ୍ରୋହ ସ୍ମାରକୀ ନିମନ୍ତେ ରାଜ୍ୟ ସରକାର ଜମି ଦେବାରେ ଟାଳଟୂଳ ନୀତି ଅବଲମ୍ବନ କରୁଥିବାରୁ ଖୋଦ୍ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନେକଥର ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିବାକୁ ପଛାଇ ନଥିଲେ। ଗତବର୍ଷ ଅକ୍ଟୋବର ମାସରେ ଶ୍ରୀ ପ୍ରଧାନ ତୁରନ୍ତ ଜମି ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ। ଜମି ମିଳିବାରେ ବିଳମ୍ବ ଯୋଗୁ ଗତବର୍ଷ ନଭେମ୍ବର ମାସରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ ଯେ, ବିୟର ଫ୍ୟାକ୍ଟ୍ରି କରିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ଜମି ଅଛି କିନ୍ତୁ ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣ ନିମନ୍ତେ ଜମି ନାହିଁ ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe