ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ୩୭୪୦ ବଂଲାଦେଶୀ ଅନୁପ୍ରବେଶ କରିଛନ୍ତି। ଅନୁପ୍ରବେଶକାରୀମାନେ ବରଗଡ଼, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମାଲକାନଗିରି, ନବରଙ୍ଗପୁର ଓ ଏପରିକି ରାଜଧାନୀ ଭୁବନେଶ୍ୱରରେ ରହୁଛନ୍ତି। ୧୭୧୧ ବଂଲାଦେଶୀଙ୍କୁ ଦେଶାନ୍ତର ନୋଟିସ୍ ହୋଇଛି। ସେମାନଙ୍କ ମଧ୍ୟରୁ ୨୧ ଜଣଙ୍କୁ ଦେଶାନ୍ତର କରାଯାଇଛି। ଆଜି ବିଧାନସଭା ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା।
ରାଜ୍ୟରେ ଅନୁପ୍ରବେଶକାରୀ ବାଂଲାଦେଶୀଙ୍କ ସଂଖ୍ୟା କେତେରେ ପହଞ୍ଚିଛି? ଏହି ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ନିର୍ଦ୍ଦେଶନାନାମା ଆସିଛି କି? ଏମାନେ ରାଜ୍ୟର କେଉଁ କେଉଁ ଅଞ୍ଚଳରେ ଅଛନ୍ତି? ଖାସ କରି ରାଜଧାନୀ ଭୁବନେଶ୍ୱରରେ କେତେ ଅଛନ୍ତି? ଚିହ୍ନଟ ବାଂଲାଦେଶୀଙ୍କୁ ଦେଶାନ୍ତର ନୋଟିସ ହୋଇଛି କି? କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ଉପରୋକ୍ତ ଉତ୍ତର ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।
Accident
ମଝି ରାସ୍ତାରେ ଦୁଇ ବାଇକ୍ ପିଟି ହେଲେ
ଲୋକେ ୩ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେଲପଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
Crime
ନାବାଳିକା ପୋଡ଼ି ମାମଲାରେ ଦମ୍ପତିଙ୍କ ସମେତ ୩ ଦଣ୍ଡିତ
୨୦୧୭ ମାର୍ଚ୍ଚ ୨୬ ତାରିଖରେ ୩ ଅଭିଯୁକ୍ତ ଯଥା ଚକ୍ରଧର ନାୟକ, ତାଙ୍କ ପତ୍ନୀ ଅନିମା ଓ କେୟାରଟେକର ଚିନ୍ତାମଣି ନାବାଳିକାଙ୍କୁ ଘରେ ପୂରାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।
Miscellaneous
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ଗତ ତିନି ବର୍ଷରେ ୬୬୮ ଜଣଙ୍କୁ ମାରିଛି ହାତୀ, ୫ ବର୍ଷରେ ୨୨ ଜଣଙ୍କୁ ଖାଇଲାଣି କୁମ୍ଭୀର। ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Miscellaneous
ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।