ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱେଚ୍ଛାକୃତ ଭାବେ ଜମି ବିକ୍ରୟ ପାଇଁ ଉଦ୍ଦିଷ୍ଟ ଅବଧିକୁ ଚଳିତମାସ ୯ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ଅବଧି ଡିସେମ୍ବର ୨ତାରିଖରେ ଶେଷ ହୋଇଥିଲା। ସ୍ୱେଚ୍ଛାକୃତ ଜମି ବିକ୍ରି ପାଇଁ ଆଗ୍ରହ ପ୍ରଦାନ କରୁଥିବା ସ୍ଥାନୀୟ ବାସିନ୍ଦାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଶ୍ରୀମନ୍ଦିର ନିରାପତ୍ତା ବଳୟ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପରେ ଶ୍ରୀମନ୍ଦିର ଚର୍ତୁପାଶ୍ୱର୍ରେ ଥିବା ଅନେକ ବାସିନ୍ଦା ରାଜ୍ୟ ସରକାରଙ୍କ ପୁନର୍ବାସ ଓ ଥଇଥାନ ନୀତିକୁ ସ୍ୱେଚ୍ଛାକୃତ ଭାବେ ଗ୍ରହଣ କରିଛନ୍ତି ଓ ନିରାପତ୍ତା ବଳୟ ନିମନ୍ତେ ସେମାନଙ୍କ ଜମି ପ୍ରଦାନ କରିଛନ୍ତି। ୨୦୧୯ ଡିସେମ୍ବର ୨ତାରିଖ ପର୍ଯ୍ୟନ୍ତ ସିଧାସଳଖ ବିକ୍ରୟ ଯୋଜନାରେ ୧୦୬ଟି ପ୍ଲ୍ଟ ପାଇଁ ୮୦ଟି ବିକ୍ରି କବଲା କରାଯାଇଛି। ଏବେସୁଦ୍ଧା ୭୫ ପ୍ରତିଶତ ଜମି ସ୍ୱେଚ୍ଛାକୃତ ଭାବେ ବାସିନ୍ଦାମାନେ ପ୍ରଦାନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।