ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନବମ ଓ ଏକାଦଶ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରୀ ୮ରୁ ଏପ୍ରିଲ ୩୦ ଯାଏ ଚାଲିବ କ୍ଲାସ୍। ସୋମବାର ଠାରୁ ଶନିବାର ସକାଳ ୮.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପାଠପଢା ହେବ ଏବଂ ରବିବାର ବନ୍ଦ ରହିବ। ପୂର୍ବ ସୂଚି ଅନୁସାରେ ୧୦ମ ଏବଂ ୧୨ଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଜାରି ରହିବ। ତେବେ ୧୦ମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଦିନ ୧୧ଟାରୁ ୪ଟା ପର୍ଯ୍ୟନ୍ତ ହେବ।
https://twitter.com/IPR_Odisha/status/1356245241477689345?s=20
ମହାମାରୀ କରୋନା ପାଇଁ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ତେବେ ଜାନୁଆରୀ ମାସ ଗାଇଡ୍ଲାଇନ୍ରେ ରାଜ୍ୟ ସରକାର ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲେ। କରୋନା ଗାଇଡ୍ଲାଇନ୍ ଅନୁସାରେ କ୍ଲାସ ହେବାକୁ କୁହାଯାଇଥିଲା। କୋର୍ସ ସାରିବାକୁ ରବିବାର କ୍ଲାସ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶନାମା ଅନୁସାରେ କ୍ଲାସ୍ ଚାଲିଛି। ତେବେ ଫେବ୍ରୁଆରୀ ମାସର ଗାଇଡ୍ଲାଇନ୍ରେ ଶିକ୍ଷାନୁଷ୍ଠାନ ଖୋଲିବା ନିଷ୍ପତ୍ତି ସମ୍ପୃକ୍ତ ବିଭାଗ ଉପରେ ଛାଡ଼ି ଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।