ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ତ୍ତ ବିଭାଗ ଅଧୀନରେ ଦୀର୍ଘବର୍ଷ ଧରି ଗୋଟିଏ ଜିଲ୍ଲା ବା ସ୍ଥାନରେ କାର୍ଯ୍ୟ କରୁଥିବା ୯୫ଜଣ ଯନ୍ତ୍ରୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସେପ୍ଟେମ୍ବର ମାସରେ ପୂର୍ତ୍ତ ବିଭାଗ ଯନ୍ତ୍ରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିବା ପରେ ପ୍ରଥମଥର ଯନ୍ତ୍ରୀମାନଙ୍କ ଏତେ ବଡ଼ଧରଣର ବଦଳି ହୋଇଛି। ନିର୍ବାହୀ ଯନ୍ତ୍ରୀ ଓ ସହାୟକ ନିର୍ବାହୀ ଯନ୍ତ୍ରୀ ପାହ୍ୟାରେ ଏହି ବଦଳି ହୋଇଛି । ମୋଟ ୯୫ଜଣ ଯନ୍ତ୍ରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ଯେଉଁ ଯନ୍ତ୍ରୀମାନେ ନିଜସ୍ୱ ସବଡିଭିଜନରେ ଥିଲେ ସେମାନେ ଏହି ବଦଳି ପ୍ରକ୍ରିୟାରେ ସାମିଲ ଥିବା ଜଣାପଡ଼ିଛି। ତେବେ ପଞ୍ଚାୟତିରାଜ, ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ ଓ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଯନ୍ତ୍ରୀମାନେ ଦୀର୍ଘବର୍ଷ ଧରି ଗୋଟିଏ ଲେଖାଏ ଜିଲ୍ଲା ଓ ସ୍ଥାନରେ କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କ ବଦଳି କରିବା ଦିଗରେ ସରକାର ଆଗ୍ରହ ଦେଖାଉନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି; କିଛି ଗଲେ, କିଛି ଆସିଲେ
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।