ମିହିର ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୀବନ ଯୁଦ୍ଧରେ ହାରିଗଲେ ଓଡ଼ିଶା ସିନେ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସ। ମାସେ କାଳ ମୃତ୍ୟୁ ସହିତ ସଂଘର୍ଷ କରି ଶେଷରେ ସମସ୍ତଙ୍କୁ ଶୋକ ସରଗରରେ ଭସାଇ ଅଫେରା ରାଇଜକୁ ଚାଲିଗଲେ କାକା ଓରଫ ମିହିର ଦାସ। ମୃତ୍ୟୁ ବେଳକୁ ତାଙ୍କୁ ହୋଇଥିଲା ୬୩ ବର୍ଷ। ଓଡ଼ିଶାର ଏହି ଲୋକପ୍ରିୟ ଅଭିନେତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ତାଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ପ୍ରଫେର ଗଣେଶୀଲାଲ, ଆନ୍ଧ୍ର […]

Mihir Das

Manoranjan Sial
  • Published: Tuesday, 11 January 2022
  • , Updated: 11 January 2022, 06:02 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜୀବନ ଯୁଦ୍ଧରେ ହାରିଗଲେ ଓଡ଼ିଶା ସିନେ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସ। ମାସେ କାଳ ମୃତ୍ୟୁ ସହିତ ସଂଘର୍ଷ କରି ଶେଷରେ ସମସ୍ତଙ୍କୁ ଶୋକ ସରଗରରେ ଭସାଇ ଅଫେରା ରାଇଜକୁ ଚାଲିଗଲେ କାକା ଓରଫ ମିହିର ଦାସ। ମୃତ୍ୟୁ ବେଳକୁ ତାଙ୍କୁ ହୋଇଥିଲା ୬୩ ବର୍ଷ। ଓଡ଼ିଶାର ଏହି ଲୋକପ୍ରିୟ ଅଭିନେତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ତାଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ପ୍ରଫେର ଗଣେଶୀଲାଲ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।

https://twitter.com/GovernorOdisha/status/1480856436041125888?s=20

ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ଵନା ଜଣାଇଛନ୍ତି। ସ୍ୱର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ବୋଲି ରାଜ୍ୟପାଳ ଟ୍ୱିଟ୍‌ କରି ଲେଖିଛନ୍ତି।

https://twitter.com/BiswabhusanHC/status/1480865242028544000?s=20

https://twitter.com/BiswabhusanHC/status/1480865250152890372?s=20

ସେହିପରି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶାର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‌ କରି ଲେଖିଛନ୍ତି, ଲୋକପ୍ରିୟ ପ୍ରଖ୍ୟାତ ସିନେ ଅଭିନେତା ଶ୍ରୀ ମିହିର ଦାସଙ୍କ ବିୟୋଗ ଜନିତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ଯଦିଓ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ, ଶେଷରେ ଜୀବନ ଯୁଦ୍ଧରେ ଜୀବନ ରଙ୍ଗମଞ୍ଚରୁ ଚିରଦିନ ପାଇଁ ବିଦାୟ ନେଇଛନ୍ତି। ସେ ମଣିଷ ହିସାବରେ ମଧ୍ୟ ଅତ୍ୟନ୍ତ ମେଳାପି, ମିଷ୍ଠଭାଷୀ ଓ ଭଲ ମଣିଷ ଭାବରେ ବେଶ୍‌ ପରିଚିତ। ତାଙ୍କର ଅଭିନୟ ଓଡ଼ିଶାର ପୁରପଲ୍ଲୀରେ ପ୍ରତ୍ୟେକ ମଣିଷକୁ ଚିତ୍ରପ୍ରତି ଆକୃଷ୍ଟ କରି ରଖିବାର କଳା ତାଙ୍କୁ ବେସ୍ ଭଲଭାବରେ ଜଣାଥିଲା ବୋଲି ଶ୍ରୀ ହରିଚନ୍ଦନ ଲେଖିଛନ୍ତି।

https://twitter.com/Naveen_Odisha/status/1480859690938499077?s=20

ଓଡ଼ିଶାରେ ଘରେ ଘରେ ପରିଚିତ ତଥା ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍‌ କରି ଲେଖିଛନ୍ତି, ବର୍ଷୀୟାନ ଅଭିନେତା ମିହିର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ କଳା ଜଗତରେ ସେ ଛାଡି ଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରିଛନ୍ତି।

https://twitter.com/dpradhanbjp/status/1480859269914189827?s=20

ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଟ୍ୱିଟ୍‌ କରି ଲେଖିଛନ୍ତି, ଓଡ଼ିଶା ସିନେ ଜଗତର ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ। ଜଣେ କଳାକାର ଭାବରେ ନୁହେଁ ବରଂ ତାଙ୍କ ସହ ମୋର ସମ୍ପର୍କ ବଡ଼ ଭାଇ ଭଳି ଥିଲା। ସେ ଆମ ଗହଣରେ ଆଜି ନାହାନ୍ତି, ଏ ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ। ନିଜର ଉତ୍କର୍ଷ ଅଭିନୟ ତଥା ସବୁ ଭୂମିକାରେ ଶ୍ରେଷ୍ଠ ପ୍ରଦର୍ଶନ କରି ସେ କୋଟି କୋଟି ଓଡ଼ିଆ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟାସ୍ତ ହେଲା ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‌ କରିଛନ୍ତି।

https://twitter.com/PandaJay/status/1480850325569302528?s=20

ମିହିର ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସେ ଟ୍ୱିଟ୍‌ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ହୋଇଛି। ସୁନାମଧନ୍ୟ ଓ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ତାଙ୍କର ନିଖୁଣ ଅଭିନୟ ପାଇଁ ଓଡ଼ିଶାର ଘରେ ଘରେ ପରିଚିତ ହୋଇପାରିଥିଲେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ବୋଲି ଶ୍ରୀ ପଣ୍ଡା ଟ୍ୱିଟ୍‌ରେ ଲେଖିଛନ୍ତି। 

https://twitter.com/NPatnaikOdisha/status/1480858924433612800?s=20

ଓଡ଼ିଶା ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।

Related story