Advertisment

ଜିତିଲେ ୬ କୋଟି, ଅଲିମ୍ପିଆନଙ୍କ ପାଇଁ ଘୋଷଣା କଲେ ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟୋକିଓ ଅଲିମ୍ପିକରେ ଭାଗ ନେବାକୁ ଥିବା ଓଡ଼ିଆ କ୍ରୀଡ଼ାବିତଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୋକିଓ ଅଲିମ୍ପିକରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ଆଥଲେଟଙ୍କୁ ୬ କୋଟି ଟଙ୍କା ଦିଆଯିବ । ସେହିପରି ରୌପ୍ୟ ପଦକ ବିଜେତାଙ୍କୁ ୪ କୋଟି ଟଙ୍କା, ବ୍ରୋଞ୍ଜ ପଦକ ବିଜେତାଙ୍କୁ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ ଅଲମ୍ପିକ୍ ପାଇଁ ଯୋଗ୍ୟତା […]

ଜିତିଲେ ୬ କୋଟି, ଅଲିମ୍ପିଆନଙ୍କ ପାଇଁ ଘୋଷଣା କଲେ ନବୀନ

cm-naveen-patnaik

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟୋକିଓ ଅଲିମ୍ପିକରେ ଭାଗ ନେବାକୁ ଥିବା ଓଡ଼ିଆ କ୍ରୀଡ଼ାବିତଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୋକିଓ ଅଲିମ୍ପିକରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ଆଥଲେଟଙ୍କୁ ୬ କୋଟି ଟଙ୍କା ଦିଆଯିବ । ସେହିପରି ରୌପ୍ୟ ପଦକ ବିଜେତାଙ୍କୁ ୪ କୋଟି ଟଙ୍କା, ବ୍ରୋଞ୍ଜ ପଦକ ବିଜେତାଙ୍କୁ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ ଅଲମ୍ପିକ୍ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି ରାଜ୍ୟ ସରକାର।

Advertisment

ଅଲିମ୍ପିକରେ ଭାଗ ନେବାକୁଥିବା ସବୁ ଓଡ଼ିଆ ଆଥଲେଟଙ୍କ ସହ ଆଜି ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କଥା ହୋଇଥଲେ ଓ ସେମାନଙ୍କୁ ଉତ୍ସାହିତ ମଧ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ୍ସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଏହି ଅବସରରେ ଅଲମ୍ପିଆନ୍ ଦୂତୀ ଚାନ୍ଦ, ପାରା ବ୍ୟାଡମିଣ୍ଟନ ତାରକା ପ୍ରମୋଦ ଭଗତ, ଭାରତୀୟ ମହିଳା ହକି ଦଳର ଭାଇସ୍ କ୍ୟାପଟେନ୍ ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲମ୍ପିକସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। କ୍ରୀଡା ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ ଆର ଭିନୀଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପିକେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Advertisment
Tokyo Olympics
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe