ପ୍ରବଳ ବର୍ଷା ଆଶଙ୍କା, ସବୁ ଜିଲ୍ଲାପାଳଙ୍କୁ ହାଇଆଲର୍ଟ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୫ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ଆଜିଠୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି କହିଛନ୍ତି ଯେ ଲଘୁଚାପ ପ୍ରଭାବରେ ଅଗଷ୍ଟ ୨ରୁ ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ପକ୍ଷରୁ ସତର୍କ କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା […]

Heavy_Rain-1

Heavy_Rain-1

Tapas Behera
  • Published: Friday, 02 August 2019
  • Updated: 02 August 2019, 07:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୫ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ଆଜିଠୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି କହିଛନ୍ତି ଯେ ଲଘୁଚାପ ପ୍ରଭାବରେ ଅଗଷ୍ଟ ୨ରୁ ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ପକ୍ଷରୁ ସତର୍କ କରାଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ ସ୍ଥିତି ଖରାପ ହେବାର ଆଶଙ୍କା ରହିଛି। ଏସବୁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ମଧ୍ୟ ଆଶଙ୍କା ଅଛି। ତେଣୁ ପ୍ରବଳ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ପ୍ରଶାସନିକସ୍ତରରେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ହଷ୍ଟେଲ ଓ ଆବାସିକ ସ୍କୁଲଗୁଡ଼ିକରେ ରହୁଥିବା ଅନ୍ତେବାସୀ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଗୁଆ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି। ଏସବୁ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଯଥେଷ୍ଟ ପରିମାଣର ଖାଦ୍ୟସାମଗ୍ରୀ, ପାନୀୟ ଜଳ, ମହମବତି ଓ ଆଲୋକ ବ୍ୟବସ୍ଥା କରିବାକୁ କୁହାଯାଇଛି। ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମକୁ ମଧ୍ୟ ସତର୍କ ରଖାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଜାରି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos