'ତିତ୍‌ଲି' ପାଇଁ ଛୁଟି ବାତିଲ, ଅଫିସ୍ ଆସିବେ ଅଫିସର୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ତିତ୍‌ଲି’ ଉଗ୍ରରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ସ୍ଥିତି ସମୀକ୍ଷା କରିବା ପରେ ଅଫିସର୍‌ଙ୍କ ଛୁଟି ବାତିଲ କରିଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ସେ କହିଛନ୍ତି, “ସବୁ ଅଫିସର୍‌ଙ୍କ ଛୁଟି ବାତିଲ କରାଯାଇଛି। ଯେଉଁମାନେ ଛୁଟିରେ ଅଛନ୍ତି, ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ […]

titli1

Rakesh Mallick
  • Published: Wednesday, 10 October 2018
  • , Updated: 10 October 2018, 05:00 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ତିତ୍‌ଲି’ ଉଗ୍ରରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ସ୍ଥିତି ସମୀକ୍ଷା କରିବା ପରେ ଅଫିସର୍‌ଙ୍କ ଛୁଟି ବାତିଲ କରିଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ସେ କହିଛନ୍ତି, “ସବୁ ଅଫିସର୍‌ଙ୍କ ଛୁଟି ବାତିଲ କରାଯାଇଛି। ଯେଉଁମାନେ ଛୁଟିରେ ଅଛନ୍ତି, ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।”

୫ ଜିଲ୍ଲାର ଲୋକେ ସ୍ଥାନାନ୍ତର ହେବେ
୫ଟି ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ରେ ଲୋକଙ୍କୁ ସ୍ଥାନାନ୍ତର କରାଯିବାକୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏପରିକି ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ସ୍ଥାନାନ୍ତର କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟ ଜିଲ୍ଲାଗୁଡିକରେ ଶୀଘ୍ର ଏହି ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ
ସେହିପରି ବୈଠକରେ ମୁଖ୍ୟମନ୍ତ୍ରୀ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ୬ ଜିଲ୍ଲାରେ ଏନ୍‌ଡିଆରଏଫ୍‌ଙ୍କୁ ମୁତୟନ କରାଯାଇଛି। ଆବଶ୍ୟକ ହେଲେ ସେନାର ସହାୟତା ନିଆଯାଇପାରେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

Related story