/odisha-reporter/media/post_attachments/uploads/2022/02/secretariat.jpg)
secretariat
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁର୍ନୀତି ଓ ଅପାରଗତା ପାଇଁ ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଚଳିତ ମାସ ଆରମ୍ଭରେ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ରାଜ୍ୟ ସରକାର ପୁଣି ଥରେ ନେଇଛନ୍ତି କଡ଼ା କାର୍ଯ୍ୟାନୁଷ୍ଠାନ ।
କଳାହାଣ୍ଡି IUCAW ଡିଏସ୍ପି ରବୀନ୍ଦ୍ର ସେଠୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ବଣାଇର ପୂର୍ବତନ ତହସିଲଦାର ସୁଶିଲ କୁମାର କୁଜୁରଙ୍କୁ ମଧ୍ୟ ସମ ଦଶା ଭୋଗିବାକୁ ପଡ଼ିଛି।
ସେହିପରି ବଲାଙ୍ଗିର ବଙ୍ଗମୁଣ୍ଡ ଥାନା ଇନ୍ସପେର ବିନୋଦ ନାୟକ, ବାସୁଦେବପୁର ପୌର ନିର୍ବାହୀ ଅଧିକାରୀ ତାପସ ଜେନା ଓ କରଞ୍ଜିଆ NAC ପୂର୍ବତନ ନିର୍ବାହୀ ଅଧିକାରୀ ବିଜୟ ନାୟକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ସୂଚନାଯୋଗ୍ୟ, ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏପରି ଅଧିକାରୀଙ୍କୁ ରଖିବା ଅପେକ୍ଷା ବାଧ୍ୟତାମୂଳକ ଅବସର ଦେବାକୁ ଠିକ୍ ମଣୁଛନ୍ତି ସରକାର। ଏଯାଏ ୧୫୧ ଅପାରଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବିଦା କଲେଣି ରାଜ୍ୟ ସରକାର ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
